୨୦୦୦ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ

ଭୁବନେଶ୍ୱର,୧ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ୬୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪୩୭୩ ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବରରେ ପ୍ରଥମ ପର୍ଯ୍ୟାୟରେ ୭୫୦ ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟ କ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ।
ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି। ସମସ୍ତ ସରକାରୀ ସୁବିଧା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେଉଛି। ଜଣେ ବି ହିତାଧିକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ, ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କଗୁଡ଼ିକ ଖୋଲାଯାଇଛି। ‘ଆମ ବ୍ୟାଙ୍କ’ ସାରା ଦେଶରେ ଏକ ମଡେଲ। ବ୍ୟାଙ୍କଗୁଡ଼ିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁଗୁଡ଼ିକରେ ଡିଜିଟାଲ ଭିତ୍ତିଭୂମିକୁ ମଜଭୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ମଧୁବାବୁ ପେନ୍‌ସନ ଯୋଜନା, ମମତା ଯୋଜନା, ବୁଣାକାର ଓ କଳାକାରମାନଙ୍କ ପେନ୍‌ସନ ଓ ସହାୟତା ନିକଟରେ ବୃଦ୍ଧି କରାଯାଇଛି। ଏମାନଙ୍କ ସହିତ ମିଶନ ଶକ୍ତି ମା’ମାନେ ମଧ୍ୟ ଏହି ବ୍ୟାଙ୍କ ଜରିଆରେ ସୁବିଧା ପାଇବେ। ‘ଆମ ବ୍ୟାଙ୍କ’ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଶାରୀରିକ ଅକ୍ଷମମାନଙ୍କୁ ସେମାନଙ୍କ ଘର ପାଖରେ ସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ସମସ୍ତ ଅଞ୍ଚଳର ନାଗରିକମାନଙ୍କୁ ଏହି ମୌଳିକ ସେବା ଉପଲବ୍ଧ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଆମ ବ୍ୟାଙ୍କ’ ଯୋଜନା ପରିକଳ୍ପନା କରିଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସିଜିଏମ୍‌ ଉପସ୍ଥିତ ଥିଲେ। ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri