ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ ୭୯, ଯାଜପୁରରୁ ୭୫, ଅନୁଗୋଳ ଓ ନବରଙ୍ଗପୁରରୁ ୭୩ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୭୨, ଜଗତସିଂହପୁରରୁ ୬୭, କଳାହାଣ୍ଡିରୁ ୬୫, ନୟାଗଡ଼ରୁ ୬୩, କେନ୍ଦ୍ରାପଡ଼ାରୁ ୬୧, ସମ୍ବଲପୁରରୁ ୫୩, ପୁରୀରୁ ୪୭, ଝାରସୁଗୁଡାରୁ ୪୬, ନୂଆପଡାରୁ ୪୩, ଭଦ୍ରକରୁ ୪୦, ଢେଙ୍କାନାଳରୁ ୩୮, କୋରାପୁଟରୁ ୩୦, ମାଲକାନଗିରିରୁ ୨୯, କନ୍ଧମାଳରୁ ୨୭, ଗଞ୍ଜାମରୁ ୨୨, ଓ ବୌଦ୍ଧରୁ ୧୮, ଦେବଗଡରୁ୧୫, ରାୟଗଡ଼ାରୁ ୭ ଏବଂ ଷ୍ଟେଟପୁଲରୁ ୫୫ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share