ରାଜ୍ୟରେ ନୂଆ ୨୦୬ କରୋନା ପଜିଟିଭ ଚିହ୍ନଟ: ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୭ ଲୋକାଲ କେସ୍‌ ରହିଛି।
ସେହିପରି ଶନିବାର ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୧ରେ ପହଞ୍ଚିଛି। ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ନୂଆ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୨୭ଜଣ ରହିଥିବା ବେଳେ ବାଲେଶ୍ୱରରୁ ୨, ବରଗଡ଼ରୁ ୧୬, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୬, ବୌଦ୍ଧରୁ ୨, କଟକରୁ ୬, ଦେଓଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୫, ଗଞ୍ଜାମରୁ ୩, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ୯, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୧୮, ମୟୂରଭଞ୍ଜରୁ ୮, ନୂଆପଡ଼ାରୁ ୬, ପୁରୀରୁ ୪, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୬, ଷ୍ଟେଟ ପୋଲରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୨୪ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share