୨୦୯ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ନିଯୁକ୍ତ

ଭୁବନେଶ୍ୱର,୨।୭(ଅନିଲ ଦାସ)ପ୍ରାଣୀଧନ ବିକାଶ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ପ୍ରାଣୀ ଚିକିତ୍ସକମାନେ ୫-ଟି ଉପକ୍ରମର ପ୍ରୟୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନଙ୍କୁ ପରାମର୍ଶ ଦେଇଛନ୍ତି। ଶନିବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ଆୟୋଜିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ୨୦୯ ଜଣ ପ୍ରାଣୀଧନ ଚିକିତ୍ସକଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ନବନିଯୁକ୍ତଙ୍କ ପାଇଁ ଆୟୋଜିତ ଓରିଏଣ୍ଟେଶନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଯୁକ୍ତିବିଦ୍ୟା, ମିଳିତ ଉଦ୍ୟମ, ସ୍ବଚ୍ଛତା ଓ ସମୟର ଉଚିତ ବ୍ୟବହାର ଦ୍ୱାରା ରୂପାନ୍ତର ଆସିଥାଏ। ଯୁବ ପ୍ରାଣୀ ଚିକିତ୍ସକ ଭାବେ ପ୍ରାଣୀଧନର ସ୍ବାସ୍ଥ୍ୟ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଗ୍ରାମାଞ୍ଚଳର ଅର୍ଥନୀତିର ଉନ୍ନତି କ୍ଷେତ୍ରରେ ପ୍ରାଣୀ ସମ୍ପଦର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଓଡ଼ିଶାର ଚାଷୀମାନଙ୍କ ଜୀବିକାରେ ବିବିଧତା ଆଣି ଅଧିକ ରୋଜଗାର ସୃଷ୍ଟି କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ରାଜ୍ୟ ସରକାର ପ୍ରାଣୀଧନ ଚାଷୀମାନଙ୍କର ଜୀବିକାର ଉନ୍ନତି ପାଇଁ ନୀତି ପ୍ରସ୍ତୁତି କରିବା ସହିତ ଅନେକ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଚାଷୀ ଓ ଉଦ୍ୟୋଗୀମାନଙ୍କୁ ନୂତନ ୟୁନିଟ୍‌ ସ୍ଥାପନ କରିବା ପାଇଁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ରିହାତି ଦିଆଯାଉଛି। ମିଶନ ଶକ୍ତିର ସଦସ୍ୟମାନଙ୍କୁ ମଧ୍ୟ ଏଥିପାଇଁ ଆର୍ଥିକ ସହାୟତା ଦିଆଯାଉଛି। ମିଶନ ମୋଡ୍‌ରେ ପ୍ରାଣୀ ସମ୍ପଦର ଟିକାକରଣ କରାଯାଉଛି। ୩,୬୦୦ ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଜରିଆରେ ୩ ଲକ୍ଷରୁ ଅଧିକ ଦୁଗ୍ଧ ଚାଷୀ ଯୋଡ଼ି ହୋଇ ସେମାନଙ୍କ ଉତ୍ପାଦ ବିକ୍ରୟ କରିପାରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତ ଜିଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ଏହି ନୂତନ ନିଯୁକ୍ତି ରାଜ୍ୟରେ ପ୍ରାଣୀପାଳନ କ୍ଷେତ୍ରରେ ନିୟୋଜିତ ଚାଷୀଙ୍କ ଜୀବନରେ ଖୁସି ଏବଂ ପରିବର୍ତ୍ତନ ଆଣିପାରିବ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା କହିଛନ୍ତି, ଓଡ଼ିଶାରେ କୃଷି ଓ ପ୍ରାଣୀଧନ କ୍ଷେତ୍ରରେ ନିରବଚ୍ଛିନ୍ନ ଅଭିବୃଦ୍ଧି ହୋଇଚାଲିଛି। କୃଷି କ୍ଷେତ୍ରକୁ ରାଜ୍ୟ ସରକାର ପ୍ରତି ବର୍ଷ ବଜେଟରେ ୨୦ ପ୍ରତିଶତ ବୃଦ୍ଧି କରୁଛନ୍ତି। ପ୍ରାଣୀ ସମ୍ପଦର ବିକାଶରେ ରାଜ୍ୟରେ ଚାଷୀମାନଙ୍କ ଆୟ ୪ ଗୁଣ ହୋଇପାରିବ ବୋଲି ସେ ମତ ଦେଇଛନ୍ତି।
ଏହି ଅବସରରେ ୨ ଜଣ ନବନିଯୁକ୍ତ ପ୍ରାଣୀଧନ ଡାକ୍ତର ରୁକ୍ମିଣୀ ନାୟକ ଓ ଡ. ନରେନ୍ଦ୍ର ହେମ୍ବ୍ରମ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି ୫-ଟି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଛନ୍ତି। ଏହା ଦ୍ୱାରା ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆସିଛି ବୋଲି ମତ ଦେଇଛନ୍ତି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବା ବେଳେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri