ସିନିୟରଙ୍କ ମାଡ଼ରେ ୨୨ ଜୁନିୟର ଛାତ୍ର ଗୁରୁତର

ନୂଆପଡ଼ା/କୋମନା,୭ା୯(ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ତରବୋଡ଼ ଜବାହର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ସିନିୟର ଛାତ୍ରଙ୍କ ମାଡ଼ରେ ୨୨ ଜଣ ଜୁନିୟର ଛାତ୍ର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁବାର ରାତିରେ ଘଟଣା ଘଟିଥିବାବେଳେ ଶୁକ୍ରବାର ଏହା ପଦାକୁ ଆସିଛି। ଏହାର ପ୍ରତିବାଦରେ ଜୁନିୟର ଛାତ୍ରୀଛାତ୍ର ବିଦ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରଶାସନ ପକ୍ଷରୁ ଦୋଷୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।
ସୂଚନା ମୁତାବକ ଗୁରୁବାର ଦଶମ ଶ୍ରେଣୀର ଜଣେ ଛାତ୍ର ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କୁ କମେଣ୍ଟ ମାରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଦ୍ୱାଦଶ ଶ୍ରେଣୀ ଛାତ୍ରମାନେ ଦଶମ ଶ୍ରେଣୀର ୨୨ରୁ ଊର୍ଦ୍ଧ୍ୱ ଛାତ୍ରଙ୍କୁ ବାଡିରେ ପ୍ରହାର କରିଥିଲେ। ଏଥିରେ ଛାତ୍ରମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ଶୁକ୍ରବାର ଏହି ଖବର ଶୁଣିଲା ପରେ ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚତ୍ ଆହତ ଛାତ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେମାନେ କ୍ଷୋଭ ପ୍ରକାଶ କରି କହିଥିଲେ, ବିଦ୍ୟାଳୟରେ ଶୃଙ୍ଖଳା ରହୁ ନ ଥିବାରୁ ବାରମ୍ବାର ଏଭଳି ଘଟଣା ଘଟୁଛି। ବିଦ୍ୟାଳୟ କର୍ମଚାରୀଙ୍କ ଅବହେଳାକୁ ସେମାନେ ଦାୟୀ କରିଥିଲେ। ଅର୍ଦ୍ଧରାତ୍ରରେ ଘଟଣା ଘଟିଥିଲେ ମଧ୍ୟ ବିଦ୍ୟାଳୟ କର୍ମଚାରୀଙ୍କ ନଜରକୁ ଆସି ନ ଥିଲା। ଅନ୍ୟପକ୍ଷେ ମାଡ଼ ମାରିଥିବା ଛାତ୍ରମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ବିଦ୍ୟାଳୟ ପରିସରରେ ଧାରଣାରେ ବସିଥିଲେ। ଖବର ପାଇ ଉପଜିଲାପାଳ ଯୋଗେନ୍ଦ୍ର ମାଝି, କୋମନା ବିଡିଓ ହିତାଂଶୁ ଶେଖର ସାମଲ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନ୍ତର୍ଯାମୀ ବଳିଆର ସିଂ ପ୍ରମୁଖ ପହଞ୍ଚତ୍ ଅଭିଭାବକ ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଅଭିଭାବକମାନେ ମାଡ଼ ମାରିଥିବା ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଅଧିକାରୀଙ୍କ ଉପସ୍ଥିତିରେ ବିଦ୍ୟାଳୟ ପ୍ରିନ୍ସିପାଲ ଡି. ଭେଙ୍କିଆ ରମଣ କହିଥିଲେ, ମାଡ ମାରିଥିବା ୭ ଛାତ୍ର ଓ ୨ ଛାତ୍ରୀଙ୍କୁ ବିଦ୍ୟାଳୟରୁ ନିଲମ୍ବନ କରାଯାଇଛି ା ସେମାନେ ହଷ୍ଟେଲରେ ରହି ପଢିପାରିବେ ନାହିଁ ା କେବଳ ପରୀକ୍ଷା ସମୟରେ ଆସି ପରୀକ୍ଷା ଦେଇପାରିବେ। ଏହି ପ୍ରତିଶ୍ରୁତି ପାଇବା ପରେ ସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri