ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୦,୯୪୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୩ ଏବଂ ସମ୍ବଲପୁରରୁ ୨୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କଟକ ଏବଂ ପୁରୀରୁ ୧୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର ଏବଂ ନବରଙ୍ଗପୁରରୁ ୧୧ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଯାଜପୁରରୁ ୧୦, ଜଗତସିଂହପୁର ଏବଂ ନୂଆପଡ଼ାରୁ ୮ ଜଣ ଲେଖାଏ, ବରଗଡ଼ ଏବଂ ଜଗତସିଂହପୁର ୫ ଜଣ ଲେଖାଏ, ଦେବଗଡ଼, ଗଞ୍ଜାମ ଏବଂ କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏ, ଭଦ୍ରକ,ଝାରସୁଗୁଡ଼ା ଏବଂ ନୂଆପଡ଼ାରୁ ୩ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର,କେନ୍ଦୁଝର,ରାୟଗଡ଼ା ଏବଂ ସୋନପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧୫।

Share