୨୩ଲକ୍ଷ ଟଙ୍କା, ଅଡି କାର୍‌ ଜବତ କଲା ଇଡି

ଭୁବନେଶ୍ୱର,୯।୩(ସତ୍ୟଜିତ୍‌ ରାଉତ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱରରେ ଏକ ଦୈନିକ ଓଡିଆ ଖବରକାଗଜ ମାଲିକଙ୍କ ଘର ଓ ଅଫିସ, ବିଲ୍ଡରଙ୍କ ଘର ସମେତ ପ୍ରାୟ ୪ ସ୍ଥାନ ଏବଂ ଗଞ୍ଜାମ ଜିଲାର ବ୍ରହ୍ମପୁର, ଛତ୍ରପୁର ଆଦି ସ୍ଥାନରେ ଥିବା ଅଭିଯୁକ୍ତମାନଙ୍କ ଘରେ ଏକକାଳୀନ ଚଢ଼ାଉ ହୋଇଥିଲା। ତେବେ ଯାଞ୍ଚବେଳେ ସେମାନଙ୍କ ନିକଟରୁ ମୋଟ ୨୩ ଲକ୍ଷ ନଗଦ ଟଙ୍କା, ୩୫ ଲକ୍ଷ ଟଙ୍କାର ଅଡି କ୍ୟୁ୩ କାର୍‌, ୨୪.୧୫ ଲକ୍ଷ ଟଙ୍କାର ଅଳଙ୍କାର, ବହୁ କାଗଜପତ୍ର, ଡିଜିଟାଲ୍‌ ଡିଭାଇସ୍‌ ଜବତ ହୋଇଥିବା ଶୁକ୍ରବାର ଇଡି ପକ୍ଷରୁ ସୂଚନା ଦିଆଯାଇଛି। ଓଡି୦୨ସିଏଚ୍‌୨୮୦୯ ନମ୍ବର ବିଶିଷ୍ଟ ଉକ୍ତ ଅଡି କାର୍‌ଟି ବ୍ରହ୍ମପୁରର ଜଣେ ଠିକାଦାରଙ୍କର ବୋଲି ଜଣାପଡିଛି। ସେହିଭଳି ଆଉ ଜଣେ ଠିକାଦାରଙ୍କ ନିକଟରୁ ପ୍ରାୟ ୧୫ ଲକ୍ଷ ଟଙ୍କା ସମେତ ସୁନା ଅଳଙ୍କାର ଜବତ ହୋଇଥିବା ସୂଚନା ମିଳିଛି।
୨୦୦୯ରେ ଅର୍ଥତତ୍ତ୍ୱ କମ୍ପାନୀ ଓଡ଼ିଶାର ବିଭିନ୍ନ ଜିଲାରେ ଶାଖା ଖୋଲି ବହୁ ଲୋଭନୀୟ ସ୍କିମ ଜରିଆରେ ଲୋକଙ୍କଠାରୁ ପ୍ରାୟ ୫ଶହ କୋଟି ଟଙ୍କା ଠକେଇ କରିଥିଲା। ଏନେଇ ୨୦୧୩ରେ ପ୍ରଥମେ ଭୁବନେଶ୍ୱର ଖାରବେଳନଗର ଥାନାରେ ମାମଲା ହେବା ସହ ପୋଲିସ କମ୍ପାନୀର ମୁଖ୍ୟ ପ୍ରଦୀପ ସେଠୀଙ୍କୁ ଗିରଫ କରିଥିଲା। ୨୦୧୪ରେ ସୁପ୍ରିମକୋର୍ଟ ଉକ୍ତ ମାମଲାର ତଦନ୍ତଭାର ସିବିଆଇକୁ ଦେଇଥିଲେ। ସିବିଆଇ ଏହି ଘଟଣାରେ ତଦନ୍ତ କରି ପ୍ରଦୀପଙ୍କ ଲିଙ୍କ୍‌ରେ ଥିବା ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ସିବିଆଇର ଚାର୍ଜଶିଟ୍‌ ଆଧାରରେ ଇଡି ତଦନ୍ତ କରୁଛି। ଏପରିକି ଇଡି ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ମଧ୍ୟ ଆଟାଚ୍‌ କରିସାରିଛି। ଅନ୍ୟପକ୍ଷରେ ୨୦୧୭ ଏପ୍ରିଲ ୬ରେ ଭୁବନେଶ୍ୱର ସିବିଆଇ କୋର୍ଟ ପ୍ରଦୀପଙ୍କୁ ୭ ବର୍ଷ ଓ ଅନ୍ୟତମ ନିର୍ଦ୍ଦେଶକ ମନୋଜ ପଟ୍ଟନାୟକଙ୍କୁ ୪ ବର୍ଷ ଜେଲଦଣ୍ଡ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri