ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୦୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୦୪୩୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୨୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।
Update on newly detected #COVID19 cases in the last
24 hrs under the BMC area on 9th Dec (till 9am) pic.twitter.com/vFdcO1FDT7— BMC (@bmcbbsr) December 9, 2020