ବିଷାକ୍ତ ମଦ ପିଇ ୨୩ ଗୁରୁତର ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଚିକିଟି,୨୧।୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲାରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ଚିକିଟି ଏନଏସି କେ ନୂଆଗାଁ ଥାନା ମାଉନ୍ଦ ପୁର ଗ୍ରାମରେ ଦେଶୀ ମଦ ପିଇ ୨୩ ଜଣ ଗୁରୁତର ହୋଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଗୁରୁତରଙ୍କ ମୃତ ଘଟିଛି। ମୃତ ଜଣକ ହେଲେ ଜୁରା ବେହେରା।
ବୁଧବାର ସକାଳେ ପରିବାର ଲୋକ ମୃତଦେହ ଚିକିଟି ମୁଖ୍ୟ ରାସ୍ତାରେ ରଖି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେ ନୂଆଗାଁ ଥାନା ମାଉନ୍ଦପୁର ଗ୍ରାମରେ ଗତ ସୋମବାର ଦେଶୀ ମଦ ପିଇ ଜେନା ପୁର ଓ କରବlଲୁଆ ଗ୍ରାମରେ ୨୩ ଜଣ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ଜଣ ଚିକିତ୍ସିତ ହୋଇ ଘରକୁ ଫେରିଥିବାବେଳେ ୧୪ଜଣ ବ୍ରହ୍ମପୁର ବଡ଼ ମେଡିକାଲ ଚିକିତ୍ସିତ ହେଉଛନ୍ତି। ସେଥିମଧ୍ୟରୁ ଜୁରା ବେହେରାଙ୍କ ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ବୁଧବାର ସକାଳେ ମୃତଦେହକୁ ବ୍ୟବଚ୍ଛେଦ ହୋଇ ପରିବାରଙ୍କୁ ହସ୍ତାନ୍ତର କରିବା ପରେ ୨୦ଲକ୍ଷ ଟଙ୍କା କ୍ଷତି ପୂରଣ ଦାବିରେ ଚିକିଟି ମୁଖ୍ୟ ବଜାରରେ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ପହଞ୍ଚି ଚିକିଟି ଏସଡିପିଓ ବିଶାମିତ୍ର ହରପାଲ,ଚିକିଟି ତହସିଲଦାର ବଳଦେବ ବେହେରା,କାର୍ଯ୍ୟ ନିର୍ବାହୀ ଅଧିକାରୀ କୁଲଦୀପ କୁମାର, ପରିବାରଙ୍କ ସହ ମିଶି ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର...

ଗ୍ରୋସରୀ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ରାଉରକେଲା,୧୫।୧୧: ସୁନ୍ଦରଗଡ଼ ଜିଲା ରଘୁନାଥପାଲି ଥାନା ଅଧୀନ ରାଉରକେଲା ସିଭିଲ ଟାଉନ୍‌ଶିପରେ ଥିବା ଏକ ବଡ଼ ଗ୍ରୋସରୀ ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ...

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା...

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ...

ବଲାଙ୍ଗୀରର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଡଙ୍ଗା ଭସାଇ…

ବଲାଙ୍ଗୀର,୧୫ା୧୧(ସୁନୀଲ କୁମାର ମହାନ୍ତି): ପାଞ୍ଚଦିନ ଧରି ପବିତ୍ର ପଞ୍ଚକ ପାଳିତ ହେବା ପରେ ଶୁକ୍ରବାର ଉତ୍ସାହର ସହ କାର୍ତ୍ତିକ ପୂର୍ଣ୍ଣିମା ପାଳିତ ହୋଇଛି। ଏହି ଅବସରରେ...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ,...

‘ଭାରତକୁ ସ୍ବାଧୀନତା ଆଣିବାରେ ବିର୍ସା ମୁଣ୍ଡାଙ୍କ ଅବଦାନ ଅତୁଳନୀୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ବଡ଼...

କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri