ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୧

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଗୁରୁବାର ୨୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଏହାଛଡ଼ା ୧୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share