୨୪ ଘଣ୍ଟିଆ ବିଜୁଳି ଯୋଗାଣ ପ୍ରତାରଣା: ଶରତ

ଭୁବନେଶ୍ୱର,୧୮।୬(ଅନିଲ ଦାସ): ପ୍ରଚଣ୍ଡ ରାୈଦ୍ରତାପରେ ସମଗ୍ର ଓଡ଼ିଶା ସିଝୁଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ରାଜ୍ୟବାସୀଙ୍କ ସମସ୍ୟା ପ୍ରତି ଉଦାସୀନ ରହି ଦାଉ ସାଧୁଛନ୍ତି। ବିଜେଡି ସରକାର ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ୨୪ ଘଣ୍ଟିଆ ଗୁଣାମତ୍କ ବିଜୁଳି ଯୋଗାଇ ଦେବା ପାଇଁ ଦେଇଥିବା ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ହୋଇଛି। ସମଗ୍ର ରାଜ୍ୟରେ ଘନ ଘନ ବିଜୁଳି କାଟ ଓ ଲୋ-ଭୋଲ୍‌ଟେଜ ଯୋଗୁ ଜୀବନ ଦୁର୍ବିଷହ ହୋଇପଡ଼ିଛି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ଭିତ୍ତିଭୂମି ଅଭାବ ହେତୁ ବିଜୁଳି ଯୋଗାଇବା ବ୍ୟାହତ ହେଉଥିବା ଖୋଦ ଶକ୍ତିମନ୍ତ୍ରୀ ସ୍ବୀକାର କରିଛନ୍ତି। ରାଜଧାନୀ ଭୁବନେଶ୍ୱର ମଧ୍ୟ ବିଜୁଳି ବିଭ୍ରାଟର ପୀଡ଼ା ଭୋଗୁଛି। ଭିତ୍ତିଭୂମି ବାବଦରେ ବ୍ୟୟବରାଦ ହୋଇଥିବା ୨୦ ହଜାର କୋଟିର ସଦୁପଯୋଗ ବାବଦରେ ସାଧାରଣରେ ପ୍ରଶ୍ନ ଉଠିଛି। ରାଜ୍ୟ କଂଗ୍ରେସ ଏ ସଂକ୍ରାନ୍ତରେ ସରକାରଙ୍କଠାରୁ ଶ୍ୱେତପତ୍ର ଦାବି କରିଛି। ବିଜୁଳି ଦେୟ କ୍ଷେତ୍ରରେ ସାଧାରଣ ଖାଉଟିଙ୍କୁ ଶୋଷଣ କରାଯାଉଛି। କଂଗ୍ରେସ ସରକାରଙ୍କ ସମୟର ବିଦ୍ୟୁତ୍‌ ଦେୟ ତୁଳନାରେ ୨୫୦ ପ୍ରତିଶତ ବୃଦ୍ଧି ପାଇଛି। ରାଜ୍ୟବାସୀଙ୍କୁ ବିଜୁଳିକାଟଜନିତ ଯନ୍ତ୍ରଣାରୁ ମୁକ୍ତ କରିବା ଓ ଅବିଚାରିତ ବିଦ୍ୟୁତ୍‌ ଦେୟ ପରିମାଣ ହ୍ରାସ କରିବା ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆହ୍ବାନକ୍ରମେ ଜୁନ୍‌ ୧୯ ତାରିଖ ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱର ଶହୀଦ ନଗରସ୍ଥିତ ଗ୍ରୀଡ୍‌କୋ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏହାକୁ ସଫଳ କରିବା ପାଇଁ ରାଜ୍ୟ କଂଗ୍ରେସର ବରିଷ୍ଠ ନେତୃବୃନ୍ଦ, କର୍ମୀ ଓ କର୍ମକର୍ତ୍ତା, ଦଳର ସମସ୍ତ ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସମସ୍ତ କର୍ମକର୍ତ୍ତା ଯୋଗଦେବା ପାଇଁ ପିସିସି ସଭାପତି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri