Categories: ରାଜ୍ୟ

ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍‌ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତିି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କର । ଏସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ। କେନ୍ଦୁଝର ଜିଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି। କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଜିଲାର ସବୁ ରାସ୍ତାର ଉନ୍ନତୀକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Share