ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଇଏଲ୍‌ଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍‌ ରହିଥିବା ଜଣାପଡିଛି। ବାକି ୧୯ ଜଣ ସ୍ଥାନୀୟ ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ମୋଟ ୨୧୮ ଜିନମ୍‌ ସିକ୍ୟୁଏନ୍ସିଂ କରାଯାଇଥିଲା। ତେବେ ୨୧୮ ସାମ୍ପଲରୁ ୨୪ ଓମିକ୍ରନ ଭାରିଆଣ୍ଟ ରହିଛନ୍ତି। ପୂର୍ବରୁ ୩୭ ଜଣ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି।

Share