ଆଜି ୫ ଜିଲାରେ ଗଡ଼ିଲା ୨୫୫ ବସ୍‌, ୯୫% ପଞ୍ଚାୟତକୁ ଯୋଡ଼ିଲା ‘ଲକ୍ଷ୍ମୀ’

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ।
ଆଜି ୫ଟି ଜିଲା ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଛି। ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ବାଲେଶ୍ୱର ଜିଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଗଡ଼ିଥିବା ବେଳେ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହୋଇଛନ୍ତି। ନୂଆପଡ଼ାର ୧୨୩ଟି ପଞ୍ଚାୟତରେ ୨୫ଟି ବସ ଚାଲିଛି ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହୋଇଛନ୍ତି। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଛି ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହୋଇଛନ୍ତି। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଛି ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହୋଇଛନ୍ତି। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri