୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଯାଞ୍ଚ ପରେ ସେମାନଙ୍କ ମଧ୍ୟରୁ ୧୦ଜଣ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ନାକଚ ହୋଇଥିବା ବେଳେ ୨୫୬ ଜଣଙ୍କର କାଏମ ରହିଛି। ବ୍ରହ୍ମପୁର ବିଧାନସଭା ଆସନ ପାଇଁ ସର୍ବାଧିକ ୧୮ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେହିପରି ୪ଟି ଲୋକ ସଭା ଆସନରେ ମୋଟ ୩୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନପତ୍ର କାଏମ ରହିଛି। କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୨ଜଣ ପ୍ରାର୍ଥୀ ରହିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆସନ୍ତା ୨୯ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଥିବାବେଳେ ମେ’ ୧୩ ତାରିଖରେ ଭୋଟଗ୍ରହଣ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହା ଅଧୀନରେ ଥିବା ୩୫ ବିଧାନସଭା ଆସନ ପାଇଁ ଶନିବାର ସୁଦ୍ଧା ୨୬ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri