୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସାଧାରଣ ଜନତାଙ୍କ ମୌଳିକ ଅଧିକାର ପାଇଁ ୨୬ ଦଫା ଦାବି ନେଇଁ ଗାନ୍ଧୀ ଜୟନ୍ତୀରୁ ଜନ ସଂଗ୍ରାମ ସମିତିର କର୍ମକର୍ତ୍ତା ମାନେ ଗୋଲାମୁଣ୍ଡାରୁ -ଭୁବନେଶ୍ୱର ଅଭିମୁଖେ ପଦଯାତ୍ରା ଆରମ୍ଭ କରିଥିଲେ। ଏହାର ନେତୃତ୍ୱ ନେଇଥିଲେ ସମିତିର ସଭାପତି ତଥା ଯୁବ ନେତା ସାଉଲ ମଙ୍ଗରାଜ। ଦୀର୍ଘ ୫୧୦ କିମି ପଦଯାତ୍ରା କରିବା ପରେ ଶୁକ୍ରବାର ସେମାନେ ଭୁବନେଶ୍ୱରରେ ପହଞ୍ଚି ଥିଲେ। ସେଠାରେ ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରି ୨୬ ଦଫା ଦାବି ପତ୍ର ପ୍ରଦାନ କରିଥିଲେ। ଏହାପରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସେମାନେ ସାକ୍ଷାତ କରି ଦାବି ପତ୍ର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତ ସଂଗ୍ରାମୀ ପଦଯାତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଖୁବ୍‌ଶୀଘ୍ର ସବୁ ଦାବି ଗୁଡିକ ପୁରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଏହାସହ ସଙ୍ଗେ ସଙ୍ଗେ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରି ଅନେକ ଦାବି ଗୁଡିକ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଦାବିପତ୍ର ପ୍ରଦାନ ସମୟରେ ଜନ ସଂଗ୍ରାମ ସମିତିର ସଭାପତି ସାଉଲ ମଙ୍ଗରାଜଙ୍କ ସହ ଅନୀଲ ମଲିକ, ଶିବ ଶଙ୍କର ମାଲି, ଚିତ୍ର ମାଝି, ସଦାନନ୍ଦ ମାଝି, ଯୁଜେଷ୍ଟି ମାଝି, ରାଜାରାମ କଟା, କାଲା ମାଝି, କେଶବ ମାଝି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ଜନସମ୍ପର୍କ ଯାତ୍ରା: ଦର ବୃଦ୍ଧିକୁ ନେଇ ବର୍ଷିଲେ ଦେବୀ

ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବୁଧବାର ଜନସମ୍ପର୍କ ପଦଯାତ୍ରା ଓ ସାଙ୍ଗଠନିକ ବୈଠକ ପୂର୍ବତନ ଜି. ଉଦୟଗିରି ବିଧାୟକ...

ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି...

ଭୀଷଣ ନୁହେଁ ଅତି ଭୀଷଣ ହେବ ବାତ୍ୟା! ଶ୍ରୀମନ୍ଦିର ଉପର ଦୃଶ୍ୟ ଦେଖି ଲୋକ ଛାନିଆ…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର...

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ ଗୁରୁତର

ଭଦ୍ରକ, ୨୩।୧୦(ସନାତନ ରାଉତ): ଭଦ୍ରକ ଜିଲା ଆଗରପଡା ଥାନା ଅନ୍ତର୍ଗତ ବଡ ମହିଷଗୋଠ ଗ୍ରାମରେ ପୂର୍ବ ଶତ୍ରୁତାରୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗ୍ରାମର...

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ,...

କଳାବଜାରୀ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଚଢ଼ାଉ

ଭଦ୍ରକ, ୨୩।୧୦(ସନାତନ ରାଉତ)- ସମ୍ଭାବ୍ୟ ବାତ୍ୟା ପାଇଁ ଆଳୁ, ପିଆଜ, ପରିବା ଦରରେ କଳାବଜାରୀ ଓ ଚଢ଼ା ଦରରେ ବିକ୍ରି ରୋକିବା ପାଇଁ ପ୍ରଶାସନ ପକ୍ଷରୁ...

ହିତାଧିକାରୀଙ୍କ ଇ-କଓ୍ବୋଇସି କରିବାକୁ ସୁରଟ ଯାଇଥିଲେ ଯୋଗାଣ ସହାୟକ: ପଡ଼ିଲା ଭାରି ମହଙ୍ଗା, ଆଇଲା ବେଳକୁ ନାହିଁ

ବୁଗୁଡ଼ା,୨୩।୧୦(କାଳିଚରଣ ଦାଶ): କୌଣସି ଅନୁମତି ନ ନେଇ ହିତାଧିକାରୀମାନଙ୍କ ଇ-କେୱାଇସି କରିବା ପାଇଁ ମେଶିନ ଧରି ସୁରଟ ଯାଇଥିବା ବୁଗୁଡ଼ା ବ୍ଲକ ଭାମଶ୍ୟାଳି ପଞ୍ଚାୟତର ଯୋଗାଣ...

ଜୀବନଜୀବିକା ହେବ ସହଜ, ଶହ ଶହ ହେକ୍ଟର ଜମିକୁ ସେଚନ ବ୍ୟବସ୍ଥା

ଦାରିଙ୍ଗବାଡି,୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମାତ୍ର ୧୦ ପ୍ରତିଶତ ଜଳ ସେଚିତ ଜମି ରହିଛି। ଭୌଗୋଳିକ ସ୍ଥିତି ଦେଖିଲେ ପାହାଡିଆ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri