Posted inଜାତୀୟ

୨୬ ଦଳ, ୮୦ ନେତା, ୫ ମୁଖ୍ୟମନ୍ତ୍ରୀ: ଇଣ୍ଡିଆ ମେଣ୍ଟର ମୁମ୍ବାଇ ବୈଠକ ଉପରେ ନଜର…

ନୂଆଦିଲ୍ଲୀ,୨୩।୮ : ଇଣ୍ଡିଆ ମେଣ୍ଟରେ ସାମିଲ ହୋଇଥିବା ରାଜନୈତିକ ଦଳ ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧ ରେ ମୁମ୍ବାଇରେ ବୈଠକ କରିବାକୁ ଯାଉଛନ୍ତି। ବୈଠକରେ ଲୋକସଭା ନିର୍ବାଚନ ୨୦୨୪ର ପ୍ରସ୍ତୁତି ପାଇଁ ରଣନୀତି ପ୍ରସ୍ତୁତ ହେବ। ବିରୋଧୀ ଦଳର ନେତାଙ୍କ ଏହା ତୃତୀୟ ବୈଠକ। ଏହାପୂର୍ବରୁ ୨୩ ଜୁନରେ ପାଟନାରେ ଏବଂ ୧୭-୧୮ ଜୁଲାଇରେ ବେଙ୍ଗାଲୁରୁରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ୨୬ ଟି ଦଳ ଏକାଠି ହେବାକୁ ରାଜି ହୋଇଥିଲେ।

ମହାରାଷ୍ଟ୍ରରେ ମହା ବିକାଶ ଅଘାଡି (ଏମଭିଏ) ସହଯୋଗୀ ଦଳର ନେତାଙ୍କ ଉଦ୍ଦେଶ୍ୟରେ କହିଛି ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ବୈଠକରେ ୫ ମୁଖ୍ୟମନ୍ତ୍ରୀ ଏବଂ ୨୬ ଦଳର ୮୦ ଜଣ ନେତା ଯୋଗଦେବାକୁ ଯାଉଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ଏହି ବୈଠକରେ ଯୋଗଦେବାର ସମ୍ଭାବନା ରହିଛି।

ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ଏନସିପି ସୁପ୍ରିମୋ ଶରଦ ପାୱାର ତଥା କିଛି କଂଗ୍ରେସ ନେତା ବୁଧବାର ଗ୍ରାଣ୍ଡ ହାଇଟ ହୋଟେଲରେ ବୈଠକର ବିସ୍ତୃତ ବିଷୟବସ୍ତୁ ଚୂଡ଼ାନ୍ତ କରିବେ। ଏହି ହୋଟେଲରେ ବିରୋଧୀ ଦଳର ବୈଠକ ଅନୁଷ୍ଠିତ ହେବ।

ଦିଲ୍ଲୀରେ ବୈଠକର ଏଜେଣ୍ଡା ଚୂଡାନ୍ତ ହେବ। ମୁମ୍ବାଇ ସଭାରେ ଏକ ସାଧାରଣ ସର୍ବନିମ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ଉପରେ ଆଲୋଚନା ହୋଇପାରେ। ଏହା ସହିତ ଇଣ୍ଡିଆ ମେଣ୍ଟର ସଂଯୋଜକଙ୍କ ନାମ ମଧ୍ୟ ଘୋଷଣା କରାଯିବ ବୋଲି ଆଶା କରାଯାଉଛି।

ସୋନିଆ ଗାନ୍ଧୀଙ୍କ ସମେତ ପାଞ୍ଚଟି ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଅନ୍ୟ ନେତାମାନେ ଅଗଷ୍ଟ ୩୧ ତାରିଖ ସନ୍ଧ୍ୟା ୬ଟା ପୂର୍ବରୁ ମୁମ୍ବାଇରେ ପହଞ୍ଚିବେ ବୋଲି ଆଶା କରାଯାଉଛି। ସମ୍ପ୍ରତି ୨୬ ଟି ଦଳ ମେଣ୍ଟରେ ଯୋଗ ଦେଇଥିବାବେଳେ ଆଉ କିଛି ଦଳ ଦୁଇ ଦିନିଆ ବୈଠକରେ ଯୋଗଦେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri