ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ମହାମାରୀ କରୋନା ଭିତରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍‌। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି। ଉକ୍ତ ଔଷଧ ହସ୍ପିଟାଲରେ ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର କେରାଯିବ।
ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମହାମାରୀ କରୋନା ଯୋଗୁ ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।

Share