୨୭ କ୍ରୋମାଇଟ ଭର୍ତ୍ତି ଗାଡ଼ି ଅଟକ

ଆନନ୍ଦପୁର,୯ା୧୧(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଦ୍ୱାରା ୨୭ଟି କ୍ରୋମାଇଟ୍‌ ଭର୍ତ୍ତି ୬ ଚକିଆ ଯାନ ଅଟକ ରଖାଯାଇଛି। ଗାଡ଼ିଗୁଡ଼ିକ ମଙ୍ଗଳବାର ବିଳମ୍ବିତ ରାତିରେ କାଳିଆପାଣି ଅଞ୍ଚଳରୁ କ୍ରୋମାଇଟ୍‌ ଧରି ସୋସୋସ୍ଥିତ ମହାରାଜା ମିନେରାଲସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ନିକଟକୁ ଆସୁଥିବା ସମୟରେ ଆନନ୍ଦପୁର କଲେଜ ଛକ ନିକଟରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ସନ୍ଦେହ କରି ଗାଡ଼ିଗୁଡ଼ିକୁ ଅଟକାଇ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଗାଡ଼ିଗୁଡ଼ିକରୁ ଥାନା ନିକଟକୁ ନେବା ପରେ କାଗଜପତ୍ର ଜବତ କରି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛି। ଗାଡ଼ିଗୁଡ଼ିକ ମୂଲ୍ୟବାନ୍‌ କ୍ରୋମାଇଟ୍‌ ନେଉଥିବାବେଳେ ନିୟମ ଅନୁସାରେ ଗାଡ଼ି ଯେଭଳି ସିଲ୍‌ ହୋଇ ରହିବା କଥା ତାହା ନ ଥିବାବେଳେ ଗାଡ଼ିଗୁଡ଼ିକର ପରିମିଟ୍‌ ନେଇ ପୋଲିସ ସନ୍ଦେହ କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। ପର୍‌ମିଟ୍‌ରେ ସୋସୋ ଭାୟା ଟମକା, ଡୁବୁରୀ, ଯାଜପୁର ରୋଡ୍‌ ଦର୍ଶାଯାଇଛି। ତେବେ ଆନନ୍ଦପୁର ଦେଇ କ୍ରୋମାଇଟ୍‌ ଚାଲାଣ ହେବା ସମ୍ପର୍କରେ ସେଭଳି କିଛି ସ୍ପଷ୍ଟ ତଥ୍ୟ ହସ୍ତଗତ ହୋଇ ନ ଥିବା ସୂଚନା ମିଳିଛି। ଗାଡ଼ିଗୁଡ଼ିକ ଅଟକ ରହିଛି, ଡିଡିଏମ୍‌ କେନ୍ଦୁଝର ଏବଂ ଆର୍‌ଟିଓ କେନ୍ଦୁଝରଙ୍କୁ ସୂଚନା ଦେଇଛୁ, କାଗଜପତ୍ର ଯାଞ୍ଚ କରି ରିପୋର୍ଟ ହସ୍ତଗତ ହେଲେ ଗାଡ଼ିଗୁଡ଼ିକୁ ରିଲିଜ୍‌ କରାଯିବ ବୋଲି ଆନନ୍ଦପୁର ଥାନାଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri