ଚାଇନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୭ ଜଣଙ୍କ ମୃତ୍ୟୁ…

ବେଜିଂ, ୧୮।୯ : ଚାଇନାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୭ ଜଣଙ୍କ ମୃତ୍ୟୁ ଘଟିଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ ଏକ ବସ୍‌ ଦୁର୍ଘଟଣାରେ ରବିବାର ଏଭଳି ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦକ୍ଷିଣ ପଶ୍ଚିିମ ଚାଇନାର ଗୁଇଝୋ ପ୍ରଦେଶରେ ୪୭ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୨୦ ଜଣ ଲୋକଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗୁଇଝୋ ପ୍ରଦେଶର ପାହାଡିଆ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।

Share