ଓଡ଼ିଶାରେ ଏନ୍‌ଏଲ୍‌ସି ଇଣ୍ଡିଆର ୨୭,୨୧୨ କୋଟି ନିବେଶ

ଭୁବନେଶ୍ୱର,୩।୨: ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର ୨୪୦୦ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ୍‌ କେନ୍ଦ୍ରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆନୁଷ୍ଠାନିକ ଭାବେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଶୁକ୍ରବାର ସମ୍ବଲପୁରଠାରେ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ ଓଡ଼ିଶାର ଝାରସୁଗୁଡ଼ା ଜିଲା ଅଧୀନ ତାଲାବିରାଠାରେ ପ୍ରାୟ ୨୭,୨୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ମୋଟ ୨୪୦୦ ମେଗାୱାଟ୍‌ କୋଇଲା ଆଧାରିତ ଅଲ୍‌ଟ୍ରା ସୁପର କ୍ରିଟିକାଲ ପିଟ୍‌ ହେଡ୍‌ ଥର୍ମାଲ ପାଓ୍ବାର ପ୍ରୋଜେକ୍ଟ ସ୍ଥାପନ କରୁଛି। ସେହିଭଳି ୨ୟ ପର୍ଯ୍ୟାୟରେ କମ୍ପାନୀ ପ୍ରାୟ ୮୦୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ ସହିତ ୮୦୦ ମେଗାୱାଟ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ପ୍ରତିଷ୍ଠା ପାଇଁ ମଧ୍ୟ ଯୋଜନା କରୁଛି। ବିଶେଷକରି ଏକ ପିଟ୍‌ ହେଡ୍‌ ପ୍ରକଳ୍ପ ପାଇଁ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର ନିକଟବର୍ତ୍ତୀ ତଲାବିରା-୨ ଏବଂ-୩ ଖଣିରୁ ଏହି ୟୁନିଟ୍‌ ପାଇଁ କୋଇଲା ଯୋଗାଣ କରାଯିବ। ଇକୋ-ଫ୍ରେଣ୍ଡଲି କନଭେୟର ସିଷ୍ଟମ ମାଧ୍ୟମରେ ସଡ଼କ ଏବଂ ରେଳ ପରିବହନ ପାଇଁ କୌଣସି ଖର୍ଚ୍ଚକୁ ସାମିଲ ନ କରି ଏହି ପ୍ରକଳ୍ପ ଦ୍ୱାରା ଦେଶର ସମସ୍ତ ତାପଜ ବିଦ୍ୟୁତ୍‌୍‌ କେନ୍ଦ୍ର ମଧ୍ୟରେ ସବୁଠାର ଶସ୍ତା ଦରରେ ବିଦ୍ୟୁତ୍‌ ଯୋଗାଣ ହୋଇପାରିବ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ଏବଂ ଅନ୍ୟ ଦକ୍ଷିଣ ହିତାଧିକାରୀ ରାଜ୍ୟଗୁଡ଼ିକୁ ୧୭୮୭କୋଟି ୟୁନିଟ୍‌ ବିଜୁଳି ଯୋଗାଇଦେବ ଓ ଏହି ପ୍ରକଳ୍ପ ଉଭୟ ଷ୍ଟେଶନର ନିର୍ମାଣ ଏବଂ ପରିଚାଳନା ପର୍ଯ୍ୟୟରେ ବିପୁଳ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହି ପ୍ରକଳ୍ପ ଦ୍ୱାରା ଅନେକ ପରୋକ୍ଷ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ। ଏହି ପ୍ରକଳ୍ପ ସମ୍ପୃକ୍ତ ଅଞ୍ଚଳର ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବ ଏବଂ ସାମାଜିକ-ଅର୍ଥନୈତିକ ବିକାଶକୁ ଯଥେଷ୍ଟ ପ୍ରୋତ୍ସାହନ ଦେବ। ଏହି ପ୍ରକଳ୍ପ ସ୍ବଦେଶୀ ଉପକରଣ ସହ ଆତ୍ମନିର୍ଭର ଭାରତର ଏକ ସ୍ଥାୟୀ ଉଦାହରଣ ଏବଂ ଏହାର ଅନ୍ତର୍ନିହିତ ଲାଭ ହେତୁ ମିଶନ ମୋଡ୍‌ରେ ଅଧିକ ପିଟ୍‌ ହେଡ୍‌ ଥର୍ମାଲ ପାୱାର ଷ୍ଟେଶନ ପ୍ରତିଷ୍ଠା କରିବାରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ପୂରଣ କରିବାର ଏକ ଉପଯୁକ୍ତ ଉଦାହରଣ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri