Categories: ବାଣିଜ୍ୟ

୨୭ତମ ରୁଚି ପ୍ରତିଭା ସମ୍ମାନ ସମାରୋହ

କଟକ,୩।୯: ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ରୁଚି ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡ. ସନ୍ତୃପ୍ତ ବି.ମିଶ୍ରଙ୍କୁ ଚଳିତ ବର୍ଷର ରୁଚି ଦେଶ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ସେହିଭଳି ରେଭରି ଲାଙ୍ଗୁଏଜ୍‌ ଟେକ୍ନୋଲୋଜିର ସହ ପ୍ରତିଷ୍ଠାତା ଏବଂ ସିଇଓ ଅରବିନ୍ଦ ପାଣିଙ୍କୁ ରୁଚି ଦେଶ ଜ୍ୟୋତି ସମ୍ମାନ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ରୁଚି ଦେଶ ସେବା ସମ୍ମାନ, ଓଡ଼ିଶାର ଆଇଏଏସ୍‌ ଟପ୍ପର ଜୁବିନ୍‌ ମହାପାତ୍ରଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ, କ୍ରୀଡ଼ାବିତ ଚିନ୍ମୟୀ ଭୂୟାଁଙ୍କୁ ରୁଚି ବାରବାଟୀ କ୍ରୀଡ଼ା ସମ୍ମାନ ଦିଆଯାଇଥିବାବେଳେ ପ୍ରାକୃତିକ ବିପର୍ଯ୍ୟୟରେ ବିପନ୍ନଙ୍କୁ ଉତ୍ସର୍ଗୀକୃତ ସେବା ଓ ସହାୟତା ଯୋଗାଉଥିବା ଓଡ୍ରାଫ କଟକ ଟିମ୍‌କୁ ରୁଚି ସେବା ଜ୍ୟୋତି ସମ୍ମାନ ଏବଂ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶ୍ରେୟାଶ୍ରୀ ଜେନା ଓ ସିବିଏସ୍‌ଇ ୨୦୨୧ରେ ସର୍ବଭାରତୀୟ ଟପ୍ପର ନିଶିତା ଦାସଙ୍କୁ ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।
ଉକ୍ତ ସମାରୋହରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଆଭାସିରେ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଡିଆର୍‌ଡିଓର ମହାନିର୍ଦ୍ଦେଶକ ଡ.ବିନୟ କୁମାର ଦାସ ଏବଂ ସମ୍ମାନିତ ଅତିଥି ଭାବେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ,ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଡ. ସଞ୍ଜୟ କୁମାର ନାୟକ,ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ ପ୍ରମୁଖ ଯୋଗଦେଇ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅପରପକ୍ଷରେ ରୁଚି ପ୍ରତିଭା ଫାଉଣ୍ଡେଶନର ଅଧ୍ୟକ୍ଷ ଡ.ଶରତ କୁମାର ସାହୁ ସ୍ବାଗତ ଅଭିଭାଷଣ ଦେଇ ସମାରୋହାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେଶନର ସମ୍ପାଦକ ଅରବିନ୍ଦ ସାହୁ, ରୁଚି ଫୁଡ୍‌ଲାଇନର ନିର୍ଦ୍ଦେଶିକା ରଶି୍ମ ସାହୁ, ସଙ୍ଗୀତା ସାହୁ, ସଲୀନା ସାହୁ, ବରିଷ୍ଠ ସୂଚନା ଅଧିକାରୀ ନିହାର ରଞ୍ଜନ ସାହୁ ଓ ରୁଚିର ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷର ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ।

Share