ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି

ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଏବଂ ଅଲାରନାଥ ମନ୍ଦିର ଲାଗି ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ଯ୍ୟ ବର୍ଷକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସମୟ ଧାର୍ଯ୍ୟ କରାଯାଇଛି।
ଲୋକନାଥ ମନ୍ଦିରର ମାଷ୍ଟରପ୍ଲାନ ଅନୁଯାୟୀ ମନ୍ଦିର ଭିତର, ବାହାର ବେଢ଼ାର ଉନ୍ନତୀକରଣ ହେବା ସହିତ ସେବାୟତ ଓ ଭକ୍ତମାନଙ୍କ ପାଇଁ ବିଭିନ୍ନ ସୁବିଧା କରାଯିବ। ଏହାବ୍ୟତୀତ ପାର୍କିଂ, ଆଧୁନିକ ଧାଡି ପରିଚାଳନା ବ୍ୟବସ୍ଥା, ଆପ୍ରୋଚ ରୋଡର ଉନ୍ନତୀକରଣ ଏବଂ ପଶ୍ଚିମ ଦ୍ବାରରେ ସେବାୟତଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ରହିବ। ଭିତର ବେଢ଼ାରେ ପୁରୁଣା ମାର୍ବଲ ପଥର ସବୁ କାଢ଼ି ଖଣ୍ଡେଲାଇଟ୍ସ ପଥର ଲାଗିବ। ମନ୍ଦିର ବଗିଚାର ଉନ୍ନତୀକରଣ କରାଯାଇ ଲ୍ୟାଣ୍ଡ ସ୍କେପିଂ କରାଯିବ। ଏହାଛଡା ମନ୍ଦିର ପାଚେରିର ମରାମତି ସହିତ ଆଲୋକୀକରଣର ବ୍ୟବସ୍ଥା ମଧ୍ୟ ହେବ। ବାହାର ବେଢ଼ାକୁ ସମ୍ପ୍ରସାରିତ କରାଯିବା ସହିତ ଭାଙ୍ଗିଯାଇଥିବା ସ୍ଥାନଗୁଡ଼ିକର ମରାମତି, ନୂତନ ରାସ୍ତା, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ, ବସାଉଠା ପାଇଁ ସ୍ଥାନ ଓ ୨ଟି ମୁଣ୍ଡନ ମଣ୍ଡପର ବିକାଶ କରାଯିବ। ଡ୍ରେନେଜ ଏକ ମୁଖ୍ୟ ସମସ୍ୟା ହୋଇଥିବାରୁ ମନ୍ଦିର ଭିତର ଏବଂ ବାହାର ଉଭୟ ପାଶର୍‌ବରେଏହି ବ୍ୟବସ୍ଥାକୁ ସୁଦୃଢ କରାଯିବ। ସେହିପରି ବ୍ରହ୍ଣଗିରିର ପ୍ରସିଦ୍ଧ ଅଲାରନାଥ ମନ୍ଦିରର ବିକାଶ ମଧ୍ୟ କରାଯିବ। ପୁରୀଠାରୁ ୨୪ କି.ମି. ଓ ସାତପଡାଠାରୁ ୨୫ କି.ମି. ଦୂରରେ ଥିବା ଏହି ପୀଠ ପଞ୍ଚଦଶ ଓ ଷୋଡଶ ଶତାବ୍ଦୀରେ ନିର୍ମିତ ହୋଇଥିବା ବିଶ୍ବାସ କରାଯାଏ। ମାଷ୍ଟରପ୍ଲାନ ଅନୁଯାୟୀ ଏହାର ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ, ସ୍ଥାନୀୟ ଭିତର ରାସ୍ତା, ଅରୁଣ ସ୍ତମ୍ଭ, ଚନ୍ଦନ ପୋଖରୀ ଆଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ପୂରା ଅଞ୍ଚଳକୁ ବିକଶିତ କରାଯାଇ ଏକ ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରାଯିବ। ଏହାର ପ୍ରବେଶ ଦ୍ବାରକୁ ପ୍ରଶସ୍ତ କରାଯାଇ ୪୦ ଫୁଟ ଚଉଡା ଓ ୧୮ ଫୁଟ ଉଚ୍ଚ କରାଯିବ। ଏଥିରେ ଖଣ୍ଡେଲାଇଟସ ପଥର ଲଗିବ। ମନ୍ଦିରକୁ ଯାଇଥିବା ରାସ୍ତାକୁ ୪୦ ଫୁଟ ଚଉଡା କରାଯାଇ ଏଥିରେ ପେଭର ବ୍ଲକ ଲଗାଯିବ। ଦୁଇପଟେ ଡ୍ରେନର ବ୍ୟବସ୍ଥା ରହିବ। ଏହାସହିତ ୨ ଓ ୪ ଚକିଆ ଗାଡି ପାଇଁ ପାର୍କିଂ ବ୍ୟବସ୍ଥା ହେବ। ଓଡ଼ିଶା ବ୍ରିଜ କନଷ୍ଟ୍ରକଶନ କର୍ପୋରେଶନ ଦ୍ବାରା ଉଭୟ ମନ୍ଦିରର ଉନ୍ନତୀକରଣ କାର୍ଯ୍ୟର କାର୍ଯ୍ୟାନ୍ବୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri