ଜଳିଗଲା ୨୮ ବଖରା, ୧୪ ପରିବାର ସର୍ବସ୍ବାନ୍ତ

ସୋରଡ଼ା,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ନୂଆଗଡ଼ ପଞ୍ଚାୟତ ବ୍ରାହ୍ମଣଦେଇ ଗ୍ରାମରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ୧୪ ପରିବାରର ୨୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ବିପନ୍ନମାନେ ହେଲେ ଅପୂର୍ବ ସେଠୀ, କାଶୀନାଥ ସେଠୀ, ଜୟସେନ ଜେନା, ମିଟୁ ବିଷୋୟୀ, ଘନଶ୍ୟାମ ବିଷୋୟୀ, ରଞ୍ଜିତା ସ୍ବାଇଁ, କାଳୁଚରଣ ସାଇଁ, ଅପୂର୍ବ ସ୍ବାଇଁ, ସୁଶୀଳା ସେଠୀ,ରାଜା ବିଷୋୟୀ, ଶ୍ରୀନିବାସ ବିଷୋୟୀ, ବାଇଝଳି ବିଷୋୟୀ,ସାହେବ ଜେନା,ଚନ୍ଦ୍ରମା ସ୍ବାଇଁ। ଖବର ପାଇ ଦମକଳ ବାହିନୀ ପହଞ୍ଚିଥିଲା। ରାଜସ୍ବ ବିଭାଗ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇଥିବା ଜଣାପଡ଼ିଛି। ଗ୍ରୀଷ୍ମପ୍ରବାହ ଦୃଷ୍ଟିରୁ ଯଥାଶୀଘ୍ର ଗୃହ ଓ ସାହାଯ୍ୟ ଯୋଗାଇବାକୁ ଦାବି ହୋଇଛି। ନିଆଁ କିପରି ଲାଗିଲା ସ୍ପଷ୍ଟ ଜଣାପଡ଼ି ନ ଥିଲାବେଳେ ସମସ୍ତ ପରିବାର ବର୍ତ୍ତମାନ ଅତ୍ୟନ୍ତ ଦୟନୀୟ ସ୍ଥିତିରେ ଥିବା ଦେଖାଯାଇଛି। ନିଆଁର ପ୍ରକୋପ ଯୋଗୁ ଘରର ସମସ୍ତ ଆସବାବପତ୍ର ସହ ଦରକାରୀ କାଗଜପତ୍ର ପୋଡ଼ି ପାଉଁଶ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri