Categories: ଖେଳ

ଦେଶରେ ଆଜି ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୭,୧୬୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୫୩,୮୬୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୫୨୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୭୨କୁ ବୃଦ୍ଧି ପାଇଛି।

Share