ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୩.୧ କିଲୋମିଟର ଉପରେ ରହିଛି। ଏହା ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରସ୍ଥଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୯ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଜଗପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।