ଭୁବନେଶ୍ୱରୁ ଆଜି ପୁଣି ୨୯୦ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୯୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୧୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୫୪୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୧୮୯୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 

Share