ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୮(ଅନିଲ ଦାସ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ ହେବ। ଏହି ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଉପବାଚସ୍ପତି ନିର୍ବାଚନ ସହିତ ରାଜ୍ୟ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ। ଏଥିସହିତ ଏଏସ୍‌ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିଲେ। ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢିବା

ପ୍ରସଙ୍ଗକୁ ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ। ରାଜ୍ୟ ସରକାର ଅଗ୍ନୀବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ଗୃହ ବାହାରେ ଘୋଷଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ କଂଗ୍ରେସର ସ୍ବାଧିକାର ଭଙ୍ଗ ନୋଟିସ ପ୍ରସଙ୍ଗକୁ ନେଇ ବିରୋଧୀ ଗୃହରେ ହୋ ହଲ୍ଲା କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମଧ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ହେବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମ କୋଡ଼ ବାତିଲ ଦାବିରେ ଗର୍ଜିଲେ ଶ୍ରମିକ ସଂଗଠନ

ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବନିମ୍ନ ୨୬ ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ...

ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ

ମୋରଡ଼ା,୨୩ା୯(ସ୍ମାରକ ମାଜୀ):  ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍‌ ହୋଇ...

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….

ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ...

ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି।...

ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ...

ଭରତପୁର ଥାନା: ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ବଢ଼ୁଛି…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଥାନାରେ ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ରହସ୍ୟ ବଢ଼ୁଛି । ଗଦା ଗଦା ସିସିଟିଭି କ୍ୟାମେରା...

ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri