ସରପଞ୍ଚ ପ୍ରାର୍ଥୀଙ୍କ ସହ ୩ ଗିରଫ

ରାଜନଗର,୨୨ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ରବିବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଡେରା ପଞ୍ଚାୟତ ଗୋଖଣୀ ଗାଁରେ ଭୋଟର ତାଲିକାରେ ନାଁ ନ ଥାଇ ଏଜେଣ୍ଟ ରହିବା ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ପୋଲିସର ବାଡ଼ି ଛଡାଇ ନିର୍ଘାତ ପିଟି ଥିଲେ। ମାଡ଼ ଖାଇ ଆହତ ହୋଇଥିବା ଚାନ୍ଦୋଳ ଫାଣ୍ଡିର ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ସୌମ୍ୟରଞ୍ଜନ ପାଣିଗ୍ରାହୀ ସୋମବାର ଏ ନେଇ ରାଜନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ସରପଞ୍ଚ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ବେହେରା, ଲକ୍ଷ୍ମୀକାନ୍ତ ଦାସ ଓ ପଞ୍ଚାନନ ରାଉତଙ୍କୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛି। ବ୍ଲକ କଂଗ୍ରେସ ସଭାପତି ଦେବେନ୍ଦ୍ର କୁମାର ଜେନାଙ୍କ ସମେତ ଶହେ ଜଣଙ୍କ ନଁାରେ ପୋଲିସ ନଂ. ୫୬/୨୨ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri