ବ୍ରାଉନସୁଗାର ଜବତ, ୨ ମହିଳାଙ୍କ ସମେତ ୩ ଗିରଫ

ସୋହେଲା,୨୩ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଲାଲ ମନ୍ଦିର ଛକ ପାଖ ଉପରପଡ଼ାରେ ବେଆଇନ ନିଶା କାରବାର ଏବଂ ବ୍ରାଉନସୁଗାର ବିକ୍ରି ଚାଲିଥିବା ନେଇ ବହୁଦିନରୁ ଅଭିଯୋଗ ହେଉଥିଲା। ତେବେ ଗୁରୁବାର ସୋହେଲା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଥାନା ସବ୍‌ଇନ୍ସପେକ୍ଟର ଅରୂପ ବାରେକ୍‌ଙ୍କ ନେତୃତ୍ୱରେ ମହିଳା ସବ୍‌ଇନ୍ସପେକ୍ଟର ଅନିମା ଏକ୍କା ଅନ୍ୟ ପୋଲିସ କର୍ମଚାରୀଙ୍କ ସହିତ ଉପରପଡ଼ାର ରୁକସାର ବାନୋ ଏବଂ ଅଫରୋଜା ବାନୋଙ୍କ ଘର ଉପରେ ଚଢାଉ କରିଥିଲେ। ପୋଲିସ ସେମାନଙ୍କ ନିକଟରୁ ୪ ଗ୍ରାମ ୧୬୦ମିଲିଗ୍ରାମ ବ୍ରାଉନସୁଗାର ଜବତ କରିଥିଲା। ପୋଲିସ ବେଆଇନ ବ୍ରାଉନସୁଗାର କାରବାର ଚଳାଇବା ଅଭିଯୋଗରେ ରୁକସାର ବେଗମ(୩୦), ଅଫ୍‌ରୋଜା ବାନୋ (୪୦) ଏବଂ ତାଙ୍କ ପୁଅ ଶେଖ୍‌ ନିୟାଜ ଅହମ୍ମଦ(୨୧)ଙ୍କୁ ଗିରଫ କରିଥିଲା। ସୋହେଲା ପୋଲିସ ଏ ସମ୍ପର୍କରେ ଥାନା କେସ୍‌ ନମ୍ବର ୩୨୫ରେ ଏନ୍‌ଡିପିଏସ୍‌ର ୨୧(କ) ଧାରା ଅନୁସାରେ ମାମଲା ରୁଜୁ କରି ସମସ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ସୋହେଲା ଥାନା ଆଇଆଇସି ପ୍ରଣୟ କୁମାର ମୁର୍ମୁ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ସବ୍‌ଇନ୍ସପେକ୍ଟର ଅରୂପ ବାରେକ କରୁଥିବା ବେଳେ ଚଢ଼ାଉରେ ହାବିଲଦାର ପ୍ରହଲ୍ଲାଦ ପାତ୍ର, କନଷ୍ଟେବଳ ପ୍ରତାପ ସାହୁ ଏବଂ ସବିତା ବାଗ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri