Advertisement

୩ ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ୩ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୨ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି।
୧୨ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କଟକରେ ବର୍ଷା ସମୟରେ ୪୦ରୁ ୫୦କିମି ଘଣ୍ଟା ପ୍ରତି ବେଗରେ ପବନ ବହିବ ବୋଲି ଅନୁମାନ କରାଯାଇଛି ।
ବର୍ଷା ହେଲେ ସୁଦ୍ଧା ଗ୍ରୀଷ୍ମ ପ୍ରବାହ କମୁନି। କାଳବୈଶାଖୀ ପ୍ରଭାବରେ ବିଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ୨ ରୁ ୪ ଡିଗ୍ରୀ ତାପମାତ୍ରା କମିଛି। ହେଲେ ଗୁଳୁଗୁଳି ଓ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share