ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ପ୍ରତ୍ୟହ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ ସମୟ ସ୍ଥିର ହୋଇଥିବା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଏଏସ୍‌ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ। ଏହାପରେ ଏଏସ୍‌ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର କରାଯାଇଛି। ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସର୍ଭେ କରାଯିବ। ତେଣୁ ଏହି ୩ଦିନ ଶ୍ରୀବିଗ୍ରହଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନ କରି ନିରୀକ୍ଷଣ ପ୍ରକ୍ରିୟା ଲାଗି ଆବଶ୍ୟକ ସମୟ ଦେବାକୁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ବିଶେଷ ନୀତି ନିର୍ଘଣ୍ଟ ଅନୁଯାୟୀ, ଅପରାହ୍ନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଇଚ୍ଛୁକ ଭକ୍ତ ସିଂହଦ୍ୱାର ପଟେ ବାଇଶିପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହୋଇଥିଲା। ସେହିଦିନ ସର୍ଭେ ସମୟରେ ଏଏସ୍‌ଆଇ ବୈଷୟିକ ଟିମ୍‌ର ମୁଖ୍ୟ, ସିଏସ୍‌ଆଇଆର୍‌, ଏନ୍‌ଜିଆର୍‌ଆଇର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତ ଦେଇଥିଲେ। ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବାକୁ ବୈଷୟିକ ଟିମ୍‌ ପ୍ରସ୍ତାବ ଦେଇଥିଲା। ସେପ୍ଟେମ୍ବର ୨୪ରୁ ଦଶହରା (ଷୋଳ ପୂଜା) ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ବାକି ଥିବା ସର୍ଭେ ଶେଷ କରି ଚୂଡ଼ାନ୍ତ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ନିଜ ପତ୍ରରେ ଗୁରୁତ୍ୱାରୋପ କରିଥିଲେ। ତେଣୁ ଏଏସ୍‌ଆଇ ନିର୍ଦ୍ଧାରିତ ତାରିଖ ସୁଦ୍ଧା ସର୍ଭେ ସାରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯: କଟକ ଜିଲା ସାଲେପୁର ଅଞ୍ଚଳର ନାଳିଆମୁହଁ ନିକଟ ଏକ ଗଛରେ ଦୁଇଟି ମୃତଦେହ ଝୁଲୁଥିବା ଶନିବାର ସକାଳେ ସ୍ଥାନୀୟ ଲୋକେ ଦେଖିଥିଲେ। ଏହା ପରେ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri