Advertisement

ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

ବୌଦ୍ଧ,୫।୧୦(ସ୍ବ.ପ୍ର.): ବୋଦ୍ଧ ଜିଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୁଶୀଲ ବେହେରା(୨୧), ସୁକାନ୍ତି ବେହେରା(୩୦), ସୋହନ ବେହେରା (୧୧)। ବୁଧବାର ସକାଳେ ଶୋଇଥିବା ବେଳେ କୌଣସି କାରଣରୁ ପରିବାର ଲୋକେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ଉଦ୍ଧାର କରି କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ସେମାନଙ୍କ ମୃତ୍ୟୁ ହୋଇଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ହରଭଙ୍ଗା ପୋଲିସ ପହଞ୍ଚି ତଦନ୍ତ କରୁଛି। ପୋଲିସ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share