ବଦଳିଲେ ୩ ଜିଲାପାଳ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୩ ଜିଲାର ଜିଲାପାଳଙ୍କୁ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମୟୂରଭଞ୍ଜ ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ବାଲେଶ୍ୱର ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ପୁରୀ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମ (ସିଏମ୍‌ସି) କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେ କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। କଟକ ମହାନଗର ନିଗମ କମିଶନର ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରୀ ଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

Share