ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧୮ ତାରିଖ ସକାଳ ୯ଟାରୁ ୨୨ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ। ଅଗଷ୍ଟ ୧ରେ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ସୂଚନାଯୋଗ୍ୟ, ରାଜ୍ୟରେ ୧,୦୫୬ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଜାରି ରହିଛି। ଏ ସମସ୍ତ କଲେଜରେ ୨,୭୪,୧୫୧ ସିଟ୍‌ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧,୨୦,୮୮୫ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଏବେ ୧,୫୩,୨୬୬ଟି ସିଟ୍‌ ଖାଲିପଡ଼ିଛି। ତେବେ ଚଳିତବର୍ଷ ଯୁକ୍ତ୩ ନାମଲେଖା ପାଇଁ ମୋଟ ୨,୩୭,୭୧୯ଜଣ ଆବେଦନ କରିଛନ୍ତି। ଅନ୍ୟପଟେ ପୂର୍ବବର୍ଷ ଭଳି ଏଥର ମଧ୍ୟ ଯୁକ୍ତ୩ ନାମଲେଖା ପାଇଁ ଆଉଥରେ ଆବେଦନ ପ୍ରକ୍ରିୟା ହେବ। ଇନ୍‌ଷ୍ଟାଣ୍ଟ/ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇବା ପରେ ଚତୁର୍ଥ ପର୍ଯ୍ୟାୟ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri