୩ ଘଣ୍ଟା ନବଯୌବନ ଦର୍ଶନ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ଚଳିତ ମାସ ୧୯ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନବଯୌବନ ଦର୍ଶନ ଓ ୨୦ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ନବଯୌବନ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡ଼ାନ୍ତ ହୋଇଛି। ଭକ୍ତମାନେ ମାତ୍ର ୩ଘଣ୍ଟା ପାଇଁ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କରିପାରିବେ। ସେହିପରି ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ପରିମାଣିକ ଦର୍ଶନ ବ୍ୟବସ୍ଥା କରାଯାଇଛି। ପରିମାଣିକ ଟିକେଟଧାରୀମାନେ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଏଥିପାଇଁ ସର୍ବମୋଟ ୭୦୦୦ ଟିକେଟ ବ୍ୟବସ୍ଥା ହୋଇଛି। ପ୍ରତି ଟିକେଟର ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ସାହାଣମେଲା ଦର୍ଶନ ଜାରି ରହିବ। ଏଥିପାଇଁ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବେ। ପୂର୍ବାହ୍ନ ୧୧ଟାରୁ ସମସ୍ତ ଦର୍ଶନ ବ୍ୟବସ୍ଥା ବନ୍ଦ ରଖାଯିବ। ତେବେ ଭକ୍ତମାନେ ଶ୍ରୀମନ୍ଦିର ଭିତରବେଢା ପରିକ୍ରମା କରିପାରିବେ। ରାତି ୯ଟାରୁ ସେନାପଟା ଲାଗି ନୀତି ହେବ ବୋଲି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଏହି ଅବସରରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମା ଏବଂ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ଉପସ୍ଥିତ ଥିଲେ।
ମୁଖ୍ୟ ପ୍ରଶାସକ ଦାସ କହିଛନ୍ତି, ୧୯ ତାରିଖରେ ମହାପ୍ରଭୁ ନବଯୌବନ ଦର୍ଶନ ଦେବେ। ତେଣୁ ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ୧ଘଣ୍ଟା ଧରି ପରିମାଣିକ ଦର୍ଶନ ବ୍ୟବସ୍ଥା ହୋଇଛି। ସେହିପରି ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୧୧ଟା ପରେ ରଥଯାତ୍ରା ପାଇଁ ନୀତି ଆରମ୍ଭ ହେବ। ଚଳିତ ବର୍ଷ ମହାପ୍ରଭୁଙ୍କ ନୀତି ସମ୍ପାଦନା ପାଇଁ ସମୟ କମ୍‌ ଥିବାରୁ ୧୧ଟା ପରେ ଦର୍ଶନ ବନ୍ଦ ରଖାଯାଇ ନୀତି ଆରମ୍ଭ କରାଯିବ। ଭକ୍ତମାନେ ଭିତରବେଢ଼ାରେ ବୁଲିପାରିବେ। ସେହିପରି ଦଇତା ନିଯୋଗ ସମ୍ପାଦକ କହିଛନ୍ତି, ଚଳିତ ଥର ଉଭା ପଡୁନାହିଁ। ପରମାଣିକ ଦର୍ଶନ ଓ ସାହାଣ ମେଲା ଦର୍ଶନ ପରେ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ। କାରଣ ରଥଯାତ୍ରା ପାଇଁ ଅନେକ ନୀତି ରହିଛି। ଦିନ ୧୧ଟା ପରେ ଯେଉଁ ଭକ୍ତ ଆସିବେ ସେମାନେ ଶ୍ରୀମନ୍ଦିର ଭିତରବେଢା ବୁଲିପାରିବେ ଓ ମହାପ୍ରସାଦ ପାଇ ପାରିବେ, କିନ୍ତୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ୧୯ ତାରିଖ ପୂର୍ବାହ୍ନ ୮ଟା ସୁଦ୍ଧା ତାଟି ଖୋଲାଯିବ। ୮ଟାରୁ ୧୧ଟା ପର୍ଯ୍ୟନ୍ତ ଦର୍ଶନ ହେବ। ପରେ ଦ୍ୱାର ବନ୍ଦ କରାଯାଇ ନୀତି ଆରମ୍ଭ କରାଯିବ। ସେହିଭଳି ରାତି ୯ଟାରେ ସେନାପଟା ଲାଗି କରାଯିବ ବୋଲି ଦାସମହାପାତ୍ର କହିଛନ୍ତି। ନବଯୌବନ ଦର୍ଶନ ଦିନ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଥିବା ବେଳେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଳିଆ ଗଦାରେ ଦାରିଙ୍ଗବାଡି: ପରିମଳ ନିୟନ୍ତ୍ରଣ ପାଇଁ ନିବେଦନ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ)-ଅଳିଆ ଗଦାରେ ଦାରିଙ୍ଗବାଡି। ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ରହିଥିବା ଦାରିଙ୍ଗବାଡି ଏବେ ପରିବେଶ ଦୂଷିତ ହେବାରେ ଲାଗିଛି। ସହରରୁ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

କାର୍ତ୍ତିକ ଦ୍ବିତୀୟ ସୋମବାର : ବର୍ଷା ସତ୍ତ୍ବେ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବୁଗୁଡ଼ା,୨୮।୧୦(କାଳିଚରଣ ଦାଶ): ପୂଣ୍ୟ ଓ ଧର୍ମ ମାସ କାର୍ତ୍ତିକର ଦ୍ବିତୀୟ ସୋମବାର ବର୍ଷା ସତ୍ତ୍ବେ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାବେଶ ଦେଖିବାକୁ...

ସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋର

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଭାଗିରଥି ପାର୍କ ନିକଟସ୍ଥ...

ଆସୁ ଆସୁ ବଡ଼ କାମ କଲେ ବିଡିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୨ ବର୍ଷ ଧରି ସଫଳତାର ସହ ଷ୍ଟ୍ରବେରୀ ଚାଷ ହୋଇଥିବା ବେଳେ ଚଳିତ ବର୍ଷ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଭିଡ଼ ଭିତରେ ନୂଆ ବିଡ଼ିଓ, ସ୍ବାଗତ କଲେ ଶହ ଶହ ଲୋକ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ଦାରିଙ୍ଗବାଡିରେ ନୂଆ ବିଡ଼ିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ଭେଟିବାକୁ ଲୋକଙ୍କ ବ୍ଲକ କାର୍ଯ୍ୟାଳୟରେ ଭିଡ଼ ଦେଖିବାକୁ ମିଳିଛି। କଂଗ୍ରେସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri