ବାରବାଟୀରେ ଖେଳାଯିବ ଲିଜେଣ୍ଡ କ୍ରିକେଟ ଲିଗ୍‌ର ୩ ମ୍ୟାଚ୍‌

କଟକ ଅଫିସ,୨୪।୮: ଲିଜେଣ୍ଡ କ୍ରିକେଟ ଲିଗ୍‌(ଏଲ୍‌ଏଲ୍‌ସି)ର ତିନୋଟି ମ୍ୟାଚ୍‌ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ସେପ୍ଟେମ୍ବେର ୨୭, ୨୯ ଓ ୩୦ରେ ଏହି ମ୍ୟାଚ ଅନୁଷ୍ଠିତ ହେବ। ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶର ଅନ୍ତର୍ଜାତୀୟ ଖେଳାଳି ଏଥିରେ ଭାଗ ନେବେ ବୋଲି ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି।

ସେପ୍ଟେମ୍ବର ୧୬ରୁ ଅକ୍ଟୋବର ୮ ଯାଏ ଏଲ୍‌ଏଲ୍‌ସି ଟୁର୍ନାମେଣ୍ଟ ଖେଳାଯିବ। ଟି୨୦ ଫର୍ମାଟରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ। କ୍ରିକେଟରୁ ଅବସର ନେଇଥିବା ୫୦ରୁ ଅଧିକ କିମ୍ବଦନ୍ତୀ ଖେଳାଳି ଏହି ଲିଗ୍‌ରେ ସାମିଲ ହେବେ। ଦେଶର ୬ଟି ସ୍ଥାନରେ ଏହି ଟୁର୍ନାମେଣ୍ଟ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଯାହା ମଧ୍ୟରେ କଟକ ରହିଛି। ତେବେ ଷ୍ଟାଡିୟମରେ ଖେଳ ଦେଖିବା ନିମନ୍ତେ ଟିକେଟ ଦର ଆୟୋଜକ ନିର୍ଦ୍ଧାରଣ କରିବେ ବୋଲି ଓସିଏ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି ।...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri