ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି କଲେ ୩ ମନ୍ତ୍ରୀ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ୩ ମନ୍ତ୍ରୀ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି। ଏଥିରେ ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଶିଳ୍ପମନ୍ତ୍ରୀ ସମ୍ପଦ କୁମାର ସ୍ବାଇଁ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଅଭିଯୋଗର ତ୍ୱରିତ ସମାଧନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏ ସମ୍ପର୍କରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ କହିଛନ୍ତି, ଲୋକଙ୍କ ଅଭିଯୋଗଗୁଡ଼ିକୁ ଶୁଣିବା ପରେ ବିଭାଗୀୟ ଅଧିକାରୀଙ୍କୁ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

Share