ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ରାଜ୍ୟର ତିନି ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା।  ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ତିନି ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ସମୟରେ  ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ବାଚସ୍ପତି ପଦରୁ ଅଚାନକ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିଲେ। ଏହାର କିଛି ସମୟ ମଧ୍ୟରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରୀକାନ୍ତ ସାହୁ ମଧ୍ୟ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ। ଫଳରେ ସମୀରଙ୍କ ହାତରେ ଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଶ୍ରୀକାନ୍ତଙ୍କ ପାଖରେ ଥିବା ଶ୍ରମ ବିଭାଗର ଦାୟିତ୍ୱ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକଙ୍କୁ ଦିଆଯାଇଥିଲା। ସେହିପରି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ତାଙ୍କ ପାଖରେ ରହିଥିବା ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି।

Share