ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସଂଶୋଧିତ ବିଜ୍ଞପ୍ତି

ଭୁବନେଶ୍ୱର, ୧୧।୯(ଅସମାପିକା ସାହୁ): ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିଲେ ବି ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ପାଇଁ ଆବେଦନ କରିପାରିବେ। ଛାତ୍ରୀଛାତ୍ରଙ୍କଠାରୁ ଅଭିଯୋଗ ପାଇବା ପରେ ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଆବେଦନ ପ୍ରକ୍ରିୟା ୪ ତାରିଖରୁ ଆରମ୍ଭ ହୋଇଥିବାବେଳେ ଏହା ୧୬ ତାରିଖ ରାତି ୧୧ଟା ୪୫ରେ ଶେଷ ହେବ। ସୂଚନାଯୋଗ୍ୟ, ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପୂର୍ବରୁ ଆବେଦନ ଶେଷ ତାରିଖ ୧୩ ଥିବାବେଳେ ଏବେ ତାହା ୧୬କୁ ଘୁଞ୍ଚାଇ ଦିଆଯାଇଛି। ୨୬ ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୭ତାରିଖ ସକାଳ ୯ଟାରୁ ୩୦ତାରିଖ ଅପରାହ୍ନ ୫ଟା ଭିତରେ(ଛୁଟିଦିନ ବ୍ୟତୀତ) ନାମଲେଖାଇବେ। ବଳକା ସିଟ୍‌ରେ ନାମଲେଖା ପାଇଁ ଅକ୍ଟୋବର ୬ ଅପରାହ୍ନ ୨ଟାରେ ପୁନର୍ବାର ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୦ତାରିଖ ଦିନ ନାମଲେଖାଇବେ।
ଏପଟେ ଅଗଷ୍ଟ ୨୧ରୁ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସିଟ୍‌ ପୂରଣ ନ ହେବାରୁ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ କରିଥିଲା। ରାଜ୍ୟର ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍‌ ରହିଛି। ସେଥିମଧ୍ୟରୁ ୧,୫୯,୦୫୫ଜଣ ନାମ ଲେଖାଇଥିବାବେଳେ ୧,୧୧,୧୦୮ ସିଟ୍‌ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri