Posted inଜାତୀୟ

୧୦୦ ଦିନରେ ସ୍ଥାପନ ହେବ ୩ ସେମିକଣ୍ଡକ୍ଟର କାରଖାନା

ନୂଆଦିଲ୍ଲୀ,୧।୩: ଭାରତର ଚିପ୍ସ ଆବଶ୍ୟକତା ପୂରଣ ପାଇଁ ୩ଟି ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ କରିବାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଆସନ୍ତା ୧୦୦ ଦିନ ମଧ୍ୟରେ ଏହି କାରଖାନାଗୁଡ଼ିକର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ।

ମନ୍ତ୍ରୀ କହିଛନ୍ତି, ଦେଶରେ ସେମିକଣ୍ଡକ୍ଟର ଫ୍ୟାବ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ବାଣିଜି୍ୟକ ସେମିକଣ୍ଡକ୍ଟର ଫ୍ୟାବ ଟାଟା ଏବଂ ପାୱାରଚିପ-ତାଇୱାନ ଦ୍ୱାରା ସ୍ଥାପିତ ହେବ ଯାହାର କାରଖାନା ଧୋଲେରାରେ ରହିବ।

ସେହିପରି ଟାଟା ଏବଂ ଟେଷ୍ଟ ପିଭି ଲିମିଟେଡ ଆସାମର ମୋରିଗାଁରେ ସେମିକଣ୍ଡକ୍ଟର ୟୁନିଟ ସ୍ଥାପନ କରିବ। ମୁମ୍ବାଇସ୍ଥିତ ସିଜି ପାୱାର ଗୁଜୁରାଟର ସାନନ୍ଦରେ ଜାପାନର ରେନେସାସ ଇଲେକ୍ଟ୍ରୋନିକ୍ସ କର୍ପ ଏବଂ ଥାଇଲ୍ୟାଣ୍ଡର ଷ୍ଟାର୍ସ ମାଇକ୍ରୋ ଇଲେକ୍ଟ୍ରୋନିକ୍ସ ସହିତ ଟାଇଅପରେ ସେମିକଣ୍ଡକ୍ଟର ୟୁନିଟ ସ୍ଥାପନ କରିବ। ଏନେଇ ୧.୨୬ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ପ୍ରତିରକ୍ଷା, ଗାଡ଼ି ଏବଂ ଟେଲିକମ୍ୟୁନିକେଶନ ପାଇଁ ଚିପ୍ସ ନିର୍ମାଣ କରାଯିବ। ଏହି ୟୁନିଟଗୁଡିକ ପ୍ରାୟ ୬୦,୦୦୦ ନିଯୁକ୍ତି ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri