କାର୍ଯ୍ୟରେ ଅବହେଳା ଅଭିଯୋଗରେ ୩ ନିଲମ୍ବିତ

ଭୁବନେଶ୍ୱର, ୨ା୩(ବ୍ୟୁରୋ):କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ବାରା ଜାରି କରାଯାଇଥିବା ଧାନ ସଂଗ୍ରହ ସମ୍ପର୍କିତ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲା ପଦ୍ମପୁର ସର୍କଲ ସହକାରୀ ରେଜିଷ୍ଟ୍ରାର, ସମବାୟ ସମିତି ସମୂହ ସଞ୍ଜୟ କୁମାର ତ୍ରିପାଠୀଙ୍କୁ ସୋମବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି ା ସେହିପରି ସବ୍‌-ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର କୋଅପରେଟିଭ୍‌ ସୋସାଇଟି (ଏସ୍‌ଏଆର୍‌ସିଏସ୍‌) ତଥା ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଧର୍ମେନ୍ଦ୍ର ଭୋଇ ଏବଂ ଇନ୍ସପେକ୍ଟର କୋଅପରେଟିଭ୍‌ ସୋସାଇଟି ତଥା ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ଶଶାଙ୍କ ଶେଖର ସାହାଣୀଙ୍କୁ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ନିଲମ୍ବନ କରାଯାଇଛି।

Share