ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍‌

ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ କରିବା ପାଇଁ ଭକ୍ତମାନେ ମଧ୍ୟ ଆସିଥାନ୍ତି। ମାାତ୍ର ଅନେକ ଟ୍ରେନ୍‌ ସାକ୍ଷୀଗୋପାଳ ଷ୍ଟେଶନରେ ରହୁ ନ ଥିବାରୁ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଗତ ଜାନୁଆରୀ ୧୦ ଓ ମାର୍ଚ୍ଚ ୩୧ରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏ ନେଇ ଦାବି ଜଣାଇଥିଲେ। ଏହି ଦାବିକୁ ରେଳମନ୍ତ୍ରୀ ଗ୍ରହଣ କରିଛନ୍ତି। ଏଣିକି ସାକ୍ଷୀଗୋପାଳ ଷ୍ଟେଶନରେ ଗାଡ଼ି ସଂଖ୍ୟା ୧୨୮୨୧/୨୨ ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ୍‌ ଅଟକିବ। ସେହିପରି ଗାଡ଼ି ସଂଖ୍ୟା-୧୨୮୪୩/୪୪ ପୁରୀ-ଅହମ୍ମଦାବାଦ ଏକ୍ସପ୍ରେସ ମଧ୍ୟ ରହଣି କରିବ। ଏହାଦ୍ୱାରା ସତ୍ୟବାଦୀ ଅଞ୍ଚଳବାସୀ ଏବଂ ଅନ୍ୟ ଯାତ୍ରୀ ଉପକୃତ ହେବେ। ସେହିପରି କାଳୁପଡାଘାଟଠାରେ ଗାଡ଼ି ସଂଖ୍ୟା- ୧୮୧୧୭/୧୮ ରାଉରକେଲା-ଗୁଣପୁର ରାଜ୍ୟରାଣୀ ଏକ୍ସପ୍ରେସ୍‌ ରହଣି କରିବ। ଏହାଦ୍ୱାରା ଚିଲିକା ଅଞ୍ଚଳବାସୀଙ୍କ ଗମନାଗମନ ସୁବିଧାଜନକ ହେବ ବୋଲି ପାତ୍ର ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ ଏହି ଦାବି ଗ୍ରହଣ କରିଥିବାରୁ ପାତ୍ର ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri