କ୍ରାନ୍ତି ଦିବସରେ କଂଗ୍ରେସ ଛାଡ଼ିଲେ ୩୦ ନେତା

ଭୁବନେଶ୍ୱର,୯।୮(ବ୍ୟୁରୋ): କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଛନ୍ତି। ପୂର୍ବତନ ଏମ୍‌ପି ରାଧାକାନ୍ତ ଦିଗଲ, ପୂର୍ବତନ ବିଧାୟକ ରବି ବେହେରା, ପିସିସିର ପୂର୍ବତନ ସମ୍ପାଦକ ତଥା ମୁଖପାତ୍ର ନିକୁଞ୍ଜ ପଶାୟତ, ପୂର୍ବତନ ମୁଖପାତ୍ର ଅଶୋକ ସାମଲ, ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ବିଶ୍ୱଜିତ ଦାସ, ଜାତୀୟ ସଂଯୋଜକ ସୌମ୍ୟ ମିଶ୍ର , ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ସଞ୍ଜୟ ବାରିକ, ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ଅକ୍ଷୟ ମଲ୍ଲ, ଛାତ୍ର କଂଗ୍ରେସ ସମ୍ପାଦକ ପ୍ରବୀଣ ବୋଦଲା ପ୍ରମୁଖ କଂଗ୍ରେସ ଛାଡ଼ିଛନ୍ତି ।
ସେମାନେ ଖବରଦାତା ସମ୍ମିଳନୀ କରି କହିଛନ୍ତି, କଂଗ୍ରେସ ଦଳ ନୀତି ଆଦର୍ଶରୁ ବିଚ୍ୟୁତ ହୋଇଛି । ବର୍ତ୍ତମାନର ପିସିସି ସଭାପତି ଶରତ ପଟ୍ଟନାୟକ କିଛି ନ୍ୟସ୍ତସ୍ବାର୍ଥ ଗୋଷ୍ଠୀ ଦ୍ୱାରା ପରିଚାଳିତ ହେଉଛନ୍ତି। ଶରତ ପଟ୍ଟନାୟକ ଦୀର୍ଘ ଦିନ ହେବ ସଂଗଠନ ସହିତ ସକ୍ରିୟ ଭାବେ ଜଡିତ ନ ଥିଲେ। ତେଣୁ ଏବେ ସେ ସଠିକ ଢଙ୍ଗରେ କାର୍ଯ୍ୟ କରି ପାରୁନାହାନ୍ତି ବୋଲି ପିସିସିର ପୂର୍ବତନ ମୁଖପାତ୍ର ଅଶୋକ ସାମଲ କହିଛନ୍ତି । ତେଣୁ ଦଳରେ ରହିବା ସମ୍ଭବ ହେଉନାହିଁ ।

Share