ଚାପଖେଳ ବେଳେ ବାଣ ବିସ୍ଫୋରଣ: ୩୦ ଆହତ, ଜଣେ ନାବାଳକର ମୃତ୍ୟୁ

ପୁରୀ/କଟକ,୩୦।୫(ଅଜିତ୍‌ ମହାନ୍ତି/ଶିଳ୍ପୀ ପ୍ରିୟଦର୍ଶିନୀ)ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ପୁରୀ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟାରେ ଡାକ୍ତର ନ ଥିବାରୁ ଆହତଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଆହତଙ୍କ ମଧ୍ୟରେ କେତେଜଣ ଛୋଟ ପିଲା ରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପ୍ରାୟ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି। ଖବରପାଇ ଜିଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସ୍‌ପି ପିନାକ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ମହାପ୍ରଭୁଙ୍କ ଚାପଖେଳର ବିଂଶତମ ଦିବସ ଅବସରରେ ପରମ୍ପରା ଅନୁଯାୟୀ ରାତି ଚାପରେ ମହାପ୍ରଭୁ ଭଉଁରି ଖେଳିଥାନ୍ତି। ବୁଧବାର ମହାପ୍ରଭୁଙ୍କ ଭଉଁରି ଚାପଖେଳ ବେଳେ ନୀତି ଚାଲିଥିବା ସମୟରେ ଏହାକୁ ଦେଖିବା ନିମନ୍ତେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଏହି ସମୟରେ ଦେବୀ ଘାଟ ନିକଟ ଦାସତୁଠ ନିକଟରେ ବାଣ ଫୁଟାଯିବାର ସ୍ଥିର ହୋଇଥିଲା। ତେବେ ଏକ ସାଙ୍ଗରେ ବାଣ ଫୁଟିଯିବାରୁ ନିକଟରେ ଗଚ୍ଛିତ ଥିବା ବାଣ ଉପରେ ନିଆଁ ଝୁଲ ପଡ଼ି ବିସ୍ଫୋରଣ ଘଟିଥିଲା। ଫଳରେ ସେଠାରେ ଉପସ୍ଥିତ ଭକ୍ତଙ୍କ ଉପରେ ନିଆଁ ପଡ଼ିଯାଇଥିଲା। ଅନେକ ଭକ୍ତ ଜୀବନ ବଞ୍ଚାଇବା ପାଇଁ ପାଣି ମଧ୍ୟକୁ ଡେଇଁ ପଡ଼ିିଥିଲେ। ଆହତମାନଙ୍କୁ ସଙ୍ଗେ ସଙ୍ଗେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏପରି କି ଆବଶ୍ୟକ ଆମ୍ବୁଲାନ୍ସ ନ ଥିବାରୁ କେତେଜଣ ଆହତଙ୍କୁ ପୋଲିସ ଭ୍ୟାନରେ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ମୁଖ୍ୟ ଚିକିତ୍ସାଳୟରେ ବର୍ନ ୟୁନିଟ ଏବଂ ଆବଶ୍ୟକ ଡାକ୍ତର ନ ଥିବାରୁ ଗୁରୁତର ୨୦ରୁ ଊର୍ଦ୍ଧ୍ୱଙ୍କୁ କଟକ ଓ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏଥିସହ ୧୦ଜଣଙ୍କୁ ପୁରୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଜିଲାପାଳ ସ୍ବାଇଁ କହିଛନ୍ତି, ପ୍ରାଥମିକତା ଦୃଷ୍ଟିରୁ ୧୦ଗୋଟି ଆମ୍ବୁଲାନ୍ସରେ ପ୍ରାୟ ୨୦ରୁ ଅଧିକ ଗୁରୁତର ଆହତଙ୍କୁ ସ୍ଥାନାନ୍ତର କରାଯାଇଛି। ନରେନ୍ଦ୍ର ପୁଷ୍କରିଣୀରେ ଗୋଟିଏ ଫାୟାର ଟିମ୍‌ ମୁତୟନ ରହିଛନ୍ତି। ବିଳମ୍ବିତ ରାତି ପର୍ଯ୍ୟନ୍ତ ପୋଖରୀରେ ଖୋଜା ଚାଲିଛି। ଜରୁରିକାଳୀନ ଅଧିକାରୀ ସେଠାରେ ଉପସ୍ଥିତ ରହିଛନ୍ତି ବୋଲି ଜିଲାପାଳ କହିଛନ୍ତି। ଏସ୍‌ପି ମିଶ୍ର କହିଛନ୍ତି, ଘଟଣାରେ ଆହତଙ୍କୁ ପ୍ରଥମେ ଚିକିତ୍ସା ଯୋଗାଇ ଦିଆଯାଉଛି। ବାଣ କିଏ ଫୁଟାଉଥିଲେ ସେନେଇ ତଦନ୍ତ କରାଯିବ। ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ଏହି ଘଟଣାରେ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ବିଜେଡି ନେତା ସୁନିଲ ମହାନ୍ତି କହିଛନ୍ତି, ଘଟଣା ଅତ୍ୟନ୍ତ ଦୁଃଖଦାୟକ। ସମସ୍ତେ ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। ଅପରପକ୍ଷରେ ବିଜେଡି ରାଜ୍ୟ ମୁଖପାତ୍ର ସଞ୍ଜୟ ଦାସବର୍ମା କହିଛନ୍ତି, ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ଦୁଃଖଦାୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

ଅପରପକ୍ଷରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏସ୍‌ସିବି ମେଡିକାଲ ଯାଇ ଆହତଙ୍କ ଚିକିତ୍ସା ଉପରେ ସମୀକ୍ଷା କରିଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଏସ୍‌ସିବିରେ ଜଣେ ରୋଗୀ ପହଞ୍ଚିଥିବାବେଳେ ଏମ୍‌ସରେ ଜଣେ ଏବଂ ସମ୍‌ରେ ୨ ଜଣ, ସମ୍‌ ଅଲ୍‌ଟିମେଟ୍‌ରେ ୩ ଜଣ, ହାଇଟେକ୍‌ରେ ଜଣେ ଭର୍ତ୍ତି ହୋଇଛନ୍ତି। ଏସ୍‌ସିବିରେ ୧୫ଟି ଏବଂ ଅଶ୍ୱିନୀରେ ୫ଟି ବେଡ୍‌ ପ୍ରସ୍ତୁତ ରହିଛି। ଆହତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri