ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷକରି ବରିଷ୍ଠ ନାଗରିକଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବେ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ମଧୁବାବୁ ପେନ୍‌ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (ଏନ୍‌ଏସ୍‌ଏପି) ଅନ୍ତର୍ଗତ ୪୮ ଲକ୍ଷରୁ ଊଦ୍ଧର୍‌ବ ହିତାଧିକାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାସହ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବେ ନ ରୁହନ୍ତି ସେଥିପ୍ରତି ବିଶେଷ ଦୃଷ୍ଟିଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲାପାଳ ଓ ମ୍ୟୁନିସିପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସସ୍‌ପେଣ୍ଡ ପରେ ସିଧା ଶୁଣାଇଦେଲେ ସୋଫିଆ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୫।୩: ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭...

IRB Constable Sepoy ନିଯୁକ୍ତି ମାମଲା: ବୟସ ସୀମା ୩ବର୍ଷ କୋହଳ

କଟକ,୨୫।୩:ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ...

କଂଗ୍ରେସ ବିଧାୟକ ସସପେଣ୍ଡ: ସାଂଘାତିକ ବୟାନ ଦେଲେ ଭକ୍ତ

ଭୁବନେଶ୍ୱର,୨୫।୩:ବିଧାନସଭା ଭିତରେ ବିଶୃଙ୍ଖଳିତ ଆଚରଣ ପାଇ କଂଗ୍ରେସର ୧୨ବିଧାୟକଙ୍କୁ ସସପେଣ୍ଡ। କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ଗୃହ ଭିତରେ...

କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଲେ ପ୍ରମିଳା, ମୁଖ୍ୟମନ୍ତ୍ରୀଙ୍କୁ କହିଦେଲେ ବଡ଼କଥା

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ...

୨୯ରୁ ପୁଣି ବଢ଼ିବ ଖରା

ଭୁବନେଶ୍ୱର,୨୫।୩: ୨୯ରୁ ପୁଣି ବଢ଼ିବ ଖରା। ରାଜ୍ୟରେ ପୁଣି ଫେରିବ ହିଟ୍‌ୱେଭ। ୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ। ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ...

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ...

ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା, ଅରୁଣ କହିଦେଲେ ଏଇ ପଦିଏ କଥା…

ଭୁବନେଶ୍ୱର,୨୫।୩: ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ  ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।  ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ...

ମିଳିଗଲେ କି ନବୀନଙ୍କ ଉତ୍ତରାଧିକାରୀ? ଜଣାପଡିଲା ଦିଲ୍ଲୀ କାହିଁକି ଯାଇଥିଲେ…

ଭୁବନେଶ୍ୱର,୨୫।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ସେ କାହିଁକି ଦିଲ୍ଲୀ ଯାଇଥିଲେ ଏନେଇ କିଛି ସ୍ପଷ୍ଟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image