ରାଜ୍ୟରେ ୨୬ ଜିଲାରୁ ୩୦୩ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୫୦୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ ୩୧ ଜଣ ଲେଖାଏ ଥିବା ବେଳେ ଅନୁଗୋଳରୁ ୧୬, ବାଲେଶ୍ୱରରୁ ୧୬, ବରଗଡ଼ରୁ ୯, ଭଦ୍ରକରୁ ୪, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୧, କଟକରୁ ୧୬ , ଦେବଗଡ଼ରୁ ୨ , ଢେଙ୍କାନାଳରୁ ୨, ଗଜପତିରୁ ୧, ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୫, ଯାଜପୁରର ୧୬, ଝାରସୁଗୁଡ଼ାରୁ ୫, କେନ୍ଦୁଝରରୁ ୨୩, କୋରାପୁଟରୁ ୧ , ମୟୂରଭଞ୍ଜରୁ ୧୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୬ , ନୟାଗଡ଼ରୁ ୬, ନୂଆପଡ଼ାରୁ ୧୧, ପୁରୀରୁ ୧, ସମ୍ବଲପୁରରୁ ୨୨ ଓ ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ୍‌ ପୁଲ୍‌ରୁ ୭ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ  ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୬୧କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ କଳାହାଣ୍ଡି, ଭୁବନେଶ୍ୱର, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ରହିଛନ୍ତି।

Share