ଏପଟେ ୩୨୫ କରୋନା ପଜିଟିଭ୍‌ ଚିହ୍ନଟ, ସେପଟେ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୩ ଏବଂ ଅନୁଗୋଳରୁ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨୮, ବରଗଡ଼ ୧୮, ବଲାଙ୍ଗୀର ୧୨, ଭଦ୍ରକ ୪, କଟକ ୧୯, ଦେବଗଡ଼ ୪, ଢେଙ୍କାନାଳ ୧, ଗଞ୍ଜାମ ୫, ଜଗତସିଂହପୁର ୧, ଯାଜପୁର ୧୭, ଝାରସୁଗୁଡ଼ା ୧୧, କଳାହାଣ୍ଡି ୫, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧୧, ମୟୂରଭଞ୍ଜ ୧୮, ନବରଙ୍ଗପୁର ୨ ନୟାଗଡ଼ ୪, ନୂଆପଡ଼ା ୧୮, ପୁରୀ ୪ ଏବଂ ସୋନପୁରରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୯।

ସେହିପରି ଆଜି ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା, ଢେଙ୍କାନାଳ ଏବଂ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ ରେ ପହଞ୍ଚିଥିବା ବେଳେ ୩,୨୨,୯୭୨ଜଣ ସୁସ୍ଥ ହୋଇଛନ୍ତି। ୨୯୮୯ ଜଣ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୮୫୩କୁ ବୃଦ୍ଧି ପାଇଛି।

Share