ଡରାଇଲାଣି କରୋନା: ଦିନକରେ ଭୁବନେଶ୍ୱରରୁ ୩୪ ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତେ କ୍ୱାରାଣ୍ଟାଇନ୍‌ରୁ ଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ସୋମବାର ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୨୧୮୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୧୮୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୫୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

Share