୨ ଦିନରେ ଜବତ ହେଲାଣି ୩୪୪ ଗ୍ରାମ ବ୍ରାଉନସୁଗାର

ଭଦ୍ରକ ଅଫିସ, ୨।୪: ଭଦ୍ରକ ଟାଉନ ଥାନା ପୋଲିସ ଶୁକ୍ରବାର ମୋଟେଲ ଛକ ନିକଟରୁ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଧୂଷୁରୀ ଥାନା ଅଧୀନ ବାଲିପାଟଣା ଗାଁର ପ୍ରଦୀପ କୁମାର ମହାନ୍ତି ଓରଫ ଟୁଲୁ। ପୋଲିସ ତାଙ୍କ ନିକଟରୁ ୧୪ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ପ୍ରଦୀପ ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଆଣି ଭଦ୍ରକରେ ବ୍ୟବସାୟ କରୁଥିଲେ। କୌଣସି ସୂତ୍ରରୁ ଖବର ପାଇ ଟାଉନ ଥାନା ପୋଲିସ ମୋଟେଲ ଛକ ନିକଟରୁ ତାଙ୍କୁ କାବୁ କରିଥିଲା। ପୋଲିସ ତାଙ୍କ ପାଖରୁ ୨ଟି ମୋବାଇଲ ଫୋନ ଓ ଏକ ବାଇକ୍‌ ମଧ୍ୟ ଜବତ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଏସ୍‌ଡିପିଓ ସାର୍ଥକ ରାୟ ସୂଚନା ଦେଇଛନ୍ତି। ଏ ନେଇ ଟାଉନ ଥାନାରେ ଏକ ମାମଲା (ନଂ.୧୪୭/୨୧) ରୁଜୁ ହୋଇଛି।
ସୂଚନା ଥାଉକି, ଗତ ବୁଧବାର ୩୩୦ ଗ୍ରାମର ବ୍ରାଉନସୁଗାର ନେଇ ଯାଉଥିବା ବେଳେ ବାସୁଦେବପୁର କୁସୁଣିବିନ୍ଧାର ମନୋରଞ୍ଜନ ମଲିକଙ୍କୁ କାରମେଲ ସ୍କୁଲ ନିକଟରୁ ପୁରୁଣାବଜାର ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri